Odisha Link
Bridging the Missing Links in Odisha

ଐତିହ୍ୟ ସ୍ଥଳରେ ପରିଣତ ହେବ ଗୁପ୍ତେଶ୍ୱର ପୀଠ, ୨୦ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଓଏଲ୍ ବ୍ୟୁରୋ: ପ୍ରମୁଖ ଧାର୍ମିକ ତଥା ଐତିହ୍ୟ ଓ ପର୍ଯ୍ୟଟନ ସ୍ଥଳରେ ଗୁପ୍ତେଶ୍ୱର ପୀଠକୁ ପରିଣତ କରାଯିବା ପାଇଁ ନୂତନ ପଦକ୍ଷେପ ନିଆଯାଇଛି। କୋରାପୁଟ ଜିଲ୍ଲାର ପ୍ରସିଦ୍ଧ ଗୁପ୍ତେଶ୍ୱର ପୀଠର ରୂପାନ୍ତର ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ଏହା ସହ ପ୍ରାକୃତିକ ସୌନ୍ଦର୍ଯ୍ୟରେ କୌଣସି ଆଞ୍ଚ ନ ଆଣି ପୀଠର ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଗୁପ୍ତେଶ୍ୱର ପୀଠର ଏହାର ସର୍ବାଙ୍ଗୀନ ଉନ୍ନତି କରାଯାଇ ଏହାକୁ ଓଡ଼ିଶାର ଅନ୍ୟତମ ପ୍ରମୁଖ ଧାର୍ମିକ ତଥା ଐତିହ୍ୟ ଓ ପର୍ଯ୍ୟଟନ ସ୍ଥଳରେ ପରିଣତ କରାଯିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ଖବର ଅନୁସାରେ, ଗତ ଫ୍ରେବୃୟାରୀ ୩ ତାରିଖ ଦିନ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ୫-ଟି ସଚିବ ଭିକେ ପାଣ୍ଡିଆନ କୋରାପୁଟ ଗସ୍ତ କରି ଗୁପ୍ତେଶ୍ୱର ମନ୍ଦିର ପରିଦର୍ଶନ କରିଥିଲେ। ମନ୍ଦିରର ସେବାୟତ, କମିଟିର ସଦସ୍ୟଗଣ, ଜନପ୍ରତିନିଧୀ ଓ ସ୍ଥାନୀୟ ଲୋକମାନଙ୍କ ସହ ଆଲୋଚନା କରି ମନ୍ଦିରର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ପାଇଁ ଏକ ବିସ୍ତୃତ ପ୍ରକଳ୍ପ ରିପୋର୍ଟ ପ୍ରଦାନ କରିବାକୁ ଜିଲ୍ଲାପାଳଙ୍କୁ ୫-ଟି ସଚିବ ନିର୍ଦ୍ଦେଶ ଦେଇଥିଲେ। ଏହି ନିର୍ଦ୍ଦେଶକ୍ରମେ ଜିଲ୍ଲାପାଳଙ୍କ ପ୍ରସ୍ତାବ ଅନୁଯାୟୀ ମୁଖ୍ୟମନ୍ତ୍ରୀ ଅର୍ଥ ମଞ୍ଜୁର କରିଛନ୍ତି। ୫-ଟି ଉପକ୍ରମରେ ଏହି ବିକାଶ କାମ ହାତକୁ ନିଆଯିବ ବୋଲି ସୂଚନା ରହିଛି।

Leave A Reply

Your email address will not be published.