Odisha Link
Bridging the Missing Links in Odisha

ଅନୁଭବ-ବର୍ଷା ପାରିବାରିକ ବିବାଦ: ୩ ମାସ ଭିତରେ ଛାଡ଼ପତ୍ର ମାମଲା ଶେଷ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

ଓଏଲ୍‌ ବ୍ୟୁରୋ: ଓଡ଼ିଆ ସିନେ ଜଗତର ଏକଦା ଷ୍ଟାର ଯୋଡ଼ି ଥିବା ଅନୁଭବ-ବର୍ଷାଙ୍କ ପାରିବାରିକ ବିବାଦ ମାମଲାରେ ହାଇକୋର୍ଟଙ୍କ ଗୁରୁତ୍ବପୂର୍ଣ୍ଣ ନିର୍ଦ୍ଦେଶ। ଅଭିନେତାରୁ ନେତା ବନିଥିବା ଅନୁଭବ ମହାନ୍ତିଙ୍କ ଛାଡ଼ପତ୍ର ଆବେଦନର ଶୁଣାଣି ଶୀଘ୍ର ଶେଷ କରିବାକୁ ହାଇକୋର୍ଟ ଆଜି ନିର୍ଦ୍ଦେଶ ଦେଇଛନ୍ତି। ଏପରିକି ଆସନ୍ତା ୩ ମାସ ଭିତରେ ଛାଡ଼ପତ୍ର ମାମଲା ଶେଷ କରିବାକୁ ପରିବାର ଅଦାଲତକୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ।

ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ୪ ସପ୍ତାହ ମଧ୍ୟରେ ଜବାବ ସୁଆଲ ଶେଷ କରାଯିବ। ସେହିପରି ଜୁଲାଇ ୩୧ ସୁଦ୍ଧା ସରିବ ଜେରା ପ୍ରକ୍ରିୟା। ଅକ୍ଟୋବର ୩୧ ସୁଦ୍ଧା ଛାଡପତ୍ର ମାମଲାର ହୋଇପାରେ ନିଷ୍ପତ୍ତି। ସୂଚନାଥାଉକି, ପରିବାର ଅଦାଲତରେ ଶୁଣାଣି ବିଳମ୍ବ ହେଉଥିବା ଦର୍ଶାଇ ହାଇକୋର୍ଟ ଯାଇଥିଲେ ଅନୁଭବ। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶର ଉଲ୍ଲଘଂନ ହେଉଥିବା ଦର୍ଶାଇଥିଲେ ଅନୁଭବଙ୍କ ଓକିଲ। ବର୍ଷାଙ୍କୁ ଅହେତୁକ ଅନୁକମ୍ପା ଦର୍ଶାଯାଉଥିବା ହାଇକୋର୍ଟରେ ଅଭିଯୋଗ ହୋଇଥିଲା।

Leave A Reply

Your email address will not be published.