ବିଜେପି ଜାତୀୟ କାର୍ଯ୍ୟକାରୀ କମିଟିରେ ସ୍ଥାନ ପାଇଲେ ସମୀର ମହାନ୍ତି
ସମୀର ମହାନ୍ତିଙ୍କୁ ବିଜେପି ଜାତୀୟ କାର୍ଯ୍ୟକାରୀ କମିଟିରେ ସ୍ଥାନ ମିଳିଛି।

ଓଏଲ୍ ବ୍ୟୁରୋ: ପାଖେଇ ଆସୁଛି ୨୦୨୪ ନିର୍ବାଚନ। ଆଗାମୀ ନିର୍ବାଚନକୁ ନଜରରେ ରଖି ରାଜନୈତିକ ଚର୍ଚ୍ଚା ଆରମ୍ଭ ହୋଇଯାଇଛି। ଏହାରି ମଧ୍ୟରେ ରାଜ୍ୟ ବିଜେପିର ପୂର୍ବତନ ସଭାପତି ସମୀର ମହାନ୍ତିଙ୍କୁ ନୂଆ ଦାୟିତ୍ୱ ମିଳିଛି। ପୂର୍ବରୁ ରାଜ୍ୟ ବିଜେପିର ସଭାପତି ଥିବା ସମୀର ମହାନ୍ତିଙ୍କୁ ବିଜେପି ଜାତୀୟ କାର୍ଯ୍ୟକାରୀ କମିଟିରେ ସ୍ଥାନ ମିଳିଛି। ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ସମୀର ମହାନ୍ତିଙ୍କୁ ସ୍ୱତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଭାବେ ନିଯୁକ୍ତି ପ୍ରଦାନ କରିଛନ୍ତି।