Odisha Link
Bridging the Missing Links in Odisha

ରାଜ୍ୟରେ ପ୍ରବଳ ବର୍ଷିବ! ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ

କିଛି ଜିଲ୍ଲାରେ ନିଅଣ୍ଟିଆ ବର୍ଷା

ଓଏଲ୍ ବ୍ୟୁରୋ: ରାଜ୍ୟରେ ମୌସୁମୀ ଆଗମନ ପରେ ମଧ୍ୟ ବର୍ଷାର ପରିମାଣ କମିଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଜାରି ହୋଇଛି। କିଛି ଜିଲ୍ଲାରେ ଲଗାଣ ବର୍ଷା ଅନୁଭୂତ ହେଉଥିବା ବେଳେ କିଛି ଜିଲ୍ଲାରେ ନିଅଣ୍ଟିଆ ବର୍ଷା ହେଉଛି। ତେବେ ଆସନ୍ତା ୧୬ ତାରିଖ ବେଳକୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ଆଶଙ୍କା ଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି।