ମୌସୁମୀ ଦୁର୍ବଳ! ରାଜ୍ୟର ୧୧ ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ

ଓଏଲ୍ ବ୍ୟୁରୋ: ରାଜ୍ୟରେ ମୌସୁମୀ ଆଗମନ କରିଥିବାବେଳେ ଅନେକ ଜିଲ୍ଲାରେ ସ୍ୱାଭାବିକ ଠାରୁ କମ ବର୍ଷା ରେକର୍ଡ କରାଯାଇଛି। ଚଳିତ ମୌସୁମୀ ଋତୁରେ ୧ ଜୁନରୁ ଆଜି ୧୩ ଜୁଲାଇ ମଧ୍ୟରେ ୨୪୩.୯ ମିମି ବର୍ଷା ରେକର୍ଡ କରାଯାଇଛି। ଯାହା ସ୍ୱାଭାବିକ ବର୍ଷା ୩୩୪.୪ ମିମି ତୁଳନାରେ ୨୭ ପ୍ରତିଶତ କମ ରହିଛି। ଏହି ପରିଧି ମଧ୍ୟରେ ଦେବଗଡ ଜିଲ୍ଲାରେ ସର୍ବାଧିକ ୪୭୪.୫ ମିମି ବର୍ଷା ରେକର୍ଡ କରାଯାଇଛି ଯାହା ସ୍ୱାଭାବିକ ବର୍ଷା ତୁଳନାରେ ୪୨ ପ୍ରତିଶତ ଅଧିକ ରହିଛି।
ଚଳିତ ମୌସୁମୀ ଋତୁରେ , ୧ ଜୁନ ରୁ ଆଜି ୧୩ ଜୁଲାଇ ମଧ୍ୟରେ ୨୪୩.୯ ମିମି ବର୍ଷା ରେକର୍ଡ କରାଯାଇଛି ଯାହା ସ୍ୱାଭାବିକ ବର୍ଷା ୩୩୪.୪ ମିମି ତୁଳନାରେ ୨୭ ପ୍ରତିଶତ କମ ରହିଛି
ଏହି ପରିଧି ମଧ୍ୟରେ ଦେବଗଡ ଜିଲ୍ଲାରେ ସର୍ବାଧିକ ୪୭୪.୫ ମିମି ବର୍ଷା ରେକର୍ଡ କରାଯାଇଛି ଯାହା ସ୍ୱାଭାବିକ ବର୍ଷା ତୁଳନାରେ ୪୨% ଅଧିକ ରହିଛି
— Meteorological Centre, Bhubaneswar (@mcbbsr) July 13, 2023
ସେହିପରି କଳାହାଣ୍ଡି ଜିଲ୍ଲାରେ ୧୩୯.୪ ମିମି ସହ ସବୁଠାରୁ କମ ପ୍ରତିଶତ ବର୍ଷା ରେକର୍ଡ କରାଯାଇଛି। ଯାହା ସ୍ୱାଭାବିକ ବର୍ଷା ତୁଳନାରେ ୬୫ ପ୍ରତିଶତ କମ ରହିଛି। ୧୭ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ହେଉଥିବାବେଳେ ଗୋଟିଏ ଜିଲ୍ଲାରେ ଅତ୍ୟଧିକ ନିଅଣ୍ଟିଆ ବର୍ଷା ଅନୁଭୂତ ହୋଇଛି। ଗୋଟିଏ ଜିଲ୍ଲାରେ ସ୍ୱାଭାବିକ ଠାରୁ ଅଧିକ ବର୍ଷା ଏବଂ ଅବଶିଷ୍ଟ ୧୧ ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ହାରାହାରି ୫.୧ ମିମି ବର୍ଷା ରେକର୍ଡ ହୋଇଥିବା ବେଳେ ସ୍ୱାଭାବିକ ବର୍ଷା ୧୦.୮ ମିମି ତୁଳନାରେ ୫୩ ପ୍ରତିଶତ କମ ରେକର୍ଡ ହୋଇଛି।