Odisha Link
Bridging the Missing Links in Odisha

ଦୁଇ ଦିନିଆ ଫ୍ରାନ୍ସ ଗସ୍ତରେ ପ୍ରଧାନମନ୍ତ୍ରୀ, ବିମାନବନ୍ଦରରେ ଭବ୍ୟ ସ୍ୱାଗତ

ଓଏଲ୍‌ ବ୍ୟୁରୋ: ଦୁଇ ଦିନିଆ ଫ୍ରାନ୍ସ ଗସ୍ତରେ ଅଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଆଜି ବାୟୁସେନାର ସ୍ୱତନ୍ତ୍ର ବିମାନରେ ଯାଇ ନରେନ୍ଦ୍ର ମୋଦୀ ଫ୍ରାନ୍ସରେ ପହଞ୍ଚିଛନ୍ତି। ପ୍ରଧାନମନ୍ତ୍ରୀ ପ୍ୟାରିସରେ ପହଞ୍ଚିବା ପରେ ଫ୍ରାନ୍ସ ପ୍ରଧାନମନ୍ତ୍ରୀ ଏଲିଜାବେଥ୍ ତାଙ୍କୁ ସ୍ୱାଗତ କରିଛନ୍ତି। ଫ୍ରାନ୍ସରେ ପ୍ରଧାନମନ୍ତ୍ରୀ ମୋଦୀ ପ୍ରଥମେ ଫ୍ରାନ୍ସ ପ୍ରଧାନମନ୍ତ୍ରୀଙ୍କୁ ଭେଟିବେ। ଫ୍ରାନ୍ସର ରାଷ୍ଟ୍ରପତି ଇମାନୁଏଲ୍ ମାକ୍ରୋନ୍‌‍ଙ୍କ ଆମନ୍ତ୍ରଣ କ୍ରମେ ପ୍ରଧାନମନ୍ତ୍ରୀ ଦୁଇ ଦିନିଆ ପ୍ୟାରିସ ଗସ୍ତ କରିଛନ୍ତି। ଶୁକ୍ରବାର ବଷ୍ଟିଲ୍ ଡେ’ ପ୍ୟାରେଡରେ ପ୍ରଧାନମନ୍ତ୍ରୀ ସମ୍ମାନିତ ଅତିଥି ଭାବରେ ଯୋଗଦେବେ।

ସୂଚନା ଅନୁସାରେ, ଚଳିତ ବର୍ଷ ଭାରତ-ଫ୍ରାନ୍ସ ରଣନୀତିକ ସହଯୋଗର ୨୫ ତମ ବାର୍ଷିକୀ ପାଳନ କରାଯାଉଛି। ତେଣୁ ପ୍ରଧାନମନ୍ତ୍ରୀଙ୍କ ଗସ୍ତ ଭବିଷ୍ୟତ ପାଇଁ ରଣନୀତିକ, ସାଂସ୍କୃତିକ, ବୈଜ୍ଞାନିକ, ଶିକ୍ଷା ଏବଂ ଅର୍ଥନୈତିକ ସହଯୋଗ ଭଳି ବିଭିନ୍ନ କ୍ଷେତ୍ରରେ ସହଭାଗିତାର ରୂପରେଖ ପ୍ରସ୍ତୁତ କରିବାର ସୁଯୋଗ ପ୍ରଦାନ କରିବ ବୋଲି ଆଶା କରାଯାଉଛି। ପ୍ରଧାନମନ୍ତ୍ରୀ ଫ୍ରାନ୍ସର ପ୍ରଧାନମନ୍ତ୍ରୀଙ୍କ ସହିତ ସିନେଟ ଏବଂ ଫ୍ରାନ୍ସର ନେସନାଲ ଆସେମ୍ଳିର ସଭାପତିଙ୍କୁ ମଧ୍ୟ ଭେଟିବାର କାର୍ଯ୍ୟକ୍ରମ ମଧ୍ୟ ରହିଛି। ଏହା ସହ ସେ ଫ୍ରାନ୍ସରରେ ଥିବା ପ୍ରବାସୀ ଭାରତୀୟ, ଭାରତୀୟ ଏବଂ ଫରାସୀ କମ୍ପାନୀର ସିଇଓ ଏବଂ ଫ୍ରାନ୍ସର ବିଶିଷ୍ଟ ବ୍ୟକ୍ତିତ୍ୱଙ୍କ ସହ ପୃଥକ ପୃଥକ ଭାବରେ ଆଲୋଚନା କରିବେ ବୋଲି ସୂଚନା ରହିଛି।

Leave A Reply

Your email address will not be published.