Odisha Link
Bridging the Missing Links in Odisha

ବର୍ଷା ପାଇଁ ଆଲର୍ଟ: ସବୁ ଜିଲ୍ଲାପାଳ ଓ ପୌର କମିଶନରଙ୍କୁ ଏସ୍ଆରସିଙ୍କ ଚିଠି

ଓଏଲ୍‌ ବ୍ୟୁରୋ: ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ସହ ଘଡଘଡି ଲାଗି ରହିଛି। ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଅନୁସାରେ, ଆଜି ସକାଳ ୮.୩୦ ସୁଧା କଟକ ସହରରେ ୪୧.୮ ମିମି ରେକର୍ଡ ହୋଇଥିବା ବେଳେ ଭୁବନେଶ୍ୱରରେ ୧୪.୭ ମିମି ବର୍ଷା ରେକର୍ଡ କରାଯାଇଛି। ପ୍ରବଳ ବର୍ଷା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଚେତାବନୀ ଦିଆଯାଇଛି। ବର୍ଷା ପାଇଁ ସବୁ ଜିଲ୍ଲାପାଳ ଓ ପୌର କମିଶନରଙ୍କୁ ଏସଆରସିଙ୍କ ସତର୍କ କରାଇଛନ୍ତି।

ସୂଚନା ଅନୁସାରେ, ଆଜିଠୁ ୧୯ ଯାଏ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗର ଆକଳନ ପରେ ବନ୍ୟା ସ୍ଥିତି ସହ ତଳିଆ ଅଞ୍ଚଳରେ ପାଣି ଜମିବା ଆଶଙ୍କାରେ ଏସଆରସି ସତର୍କ କରାଇଛନ୍ତି। ସହରର ତଳିଆ ଅଞ୍ଚଳରେ ପାଣି ଜମିଲେ ଲୋକଙ୍କୁ ସ୍ଥାନାନ୍ତର ନିର୍ଦ୍ଦେଶ ଦେଇଛନ୍ତି। ଏହା ସହ ପମ୍ପ୍‌ ଲଗାଇ ବର୍ଷା ଜଳ ନିଷ୍କାସନ କରିବା ସହ ଜଳ ନିଷ୍କାସନ ଲାଗି ଡ୍ରେନ୍‌ ଗୁଡିକୁ ସଫା ରଖିବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି। ତଳୁଆ ଅଂଚଳରେ ପାଣି ଜମିବା ସମ୍ଭାବନା ରହୁଥିବାରୁ ଆବଶ୍ୟକ ନଥିଲେ ଯାତାୟାତରୁ ନିବୃତ ରହିବାକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି।

Leave A Reply

Your email address will not be published.