Odisha Link
Bridging the Missing Links in Odisha

ଭିଜୁଛି ଓଡ଼ିଶା, ରାଜ୍ୟର ବିଭିନ୍ନ ଜିଲ୍ଲାରେ ଲଗାଣ ବର୍ଷା

ଓଏଲ୍‌ ବ୍ୟୁରୋ: ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ସହ ଘଡଘଡି ଲାଗିରହିଛି। ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଅନୁସାରେ, ଆଜି ସକାଳ ୮.୩୦ ସୁଧା କଟକ ସହରରେ ୪୧.୮ ମିମି ରେକର୍ଡ ହୋଇଥିବା ବେଳେ ଭୁବନେଶ୍ୱରରେ ୧୪.୭ ମିମି ବର୍ଷା ରେକର୍ଡ କରାଯାଇଛି।

ଟ୍ୱିନ ସିଟି ଭୁବନେଶ୍ୱର ଏବଂ କଟକରେ ତୀବ୍ର (୧ ରୁ ୨ ସେମି ଘଣ୍ଟା ପ୍ରତି)ରୁ ଅତି ତୀବ୍ର (୨ ରୁ ୩ ସେମି) ବୃଷ୍ଟିପାତ ଲାଗିରହିଥିବାରୁ ଟ୍ରାଫିକ ଜନିତ ସମସ୍ୟା ଉପୁଜିବାର ସମ୍ଭାବନା ରହିଛି। ତଳୁଆ ଅଂଚଳରେ ପାଣି ଜମିବ ତଥା ଅଣ୍ଡରପାସ ରୋଡ଼ରେ ପାଣି ଜମିବା ସମ୍ଭାବନା ରହୁଥିବାରୁ ଆବଶ୍ୟକ ନଥିଲେ ଯାତାୟାତରୁ ନିବୃତ ରହିବାକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି।

Leave A Reply

Your email address will not be published.