Odisha Link
Bridging the Missing Links in Odisha

ବୃଦ୍ଧି ପାଇଲା ସାମ୍ବାଦିକଙ୍କ ସ୍ୱାସ୍ଥ୍ୟ ବୀମା ରାଶି, କେତେ ବଢ଼ିଲା ଜାଣନ୍ତୁ

ବୃଦ୍ଧି ପାଇଲା ସାମ୍ବାଦିକଙ୍କ ସ୍ୱାସ୍ଥ୍ୟ ବୀମା ରାଶି, ମୁଖ୍ୟମନ୍ତ୍ରୀ କଲେ ଘୋଷଣା

ଓଏଲ୍‌ ବ୍ୟୁରୋ: କାର୍ଯ୍ୟରତ ସାମ୍ବାଦିକ ମାନଙ୍କ ପାଇଁ କାର୍ଯ୍ୟକାରୀ ହୋଇଥିବା ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା ଯୋଜନାରେ ବୀମା ରାଶିର ପରିମାଣ ବୃଦ୍ଧି କଲେ ରାଜ୍ୟ ସରକାର । ଦୁଇ ଲକ୍ଷ ଟଙ୍କାରୁ ୫ ଲକ୍ଷ ଟଙ୍କାକୁ ବୃଦ୍ଧି ହୋଇଥିବା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ଏହା ଦ୍ୱାରା ରାଜ୍ୟର ୮୭୧୭ କାର୍ଯ୍ୟରତ ସାମ୍ବାଦିକ ଓ ତାଙ୍କ ପରିବାର ଉପକାର ପାଇବେ।

ସୂଚନାଯୋଗ୍ୟ ଯେ, ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା ଯୋଜନାରେ କାର୍ଯ୍ୟରତ ସାମ୍ବାଦିକ ଓ ତାଙ୍କ ପରିବାରକୁ ଦୁଇ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ମିଳୁଥିଲା । ବର୍ତ୍ତମାନ ଏହା ପାଞ୍ଚ ଲକ୍ଷ ଟଙ୍କାକୁ ବୃଦ୍ଧି ପାଇବା ଦ୍ୱାରା ସାମ୍ବାଦିକ ଓ ତାଙ୍କ ପରିବାର ଉନ୍ନତ ଚିକିତ୍ସା ସେବା ପାଇ ପାରିବେ।

Leave A Reply

Your email address will not be published.