Odisha Link
Bridging the Missing Links in Odisha

ଲଘୁଚାପରେ ପରିଣତ ହେବ ଘୂର୍ଣ୍ଣିବଳୟ! ଦକ୍ଷିଣ ଓଡ଼ିଶାରେ ଭୀଷଣ ବର୍ଷାର ଆଶଙ୍କା

ଓଏଲ୍‌ ବ୍ୟୁରୋ: ପୁଣି ପ୍ରବଳ ବର୍ଷାର ଆଶଙ୍କା। ଆସନ୍ତା ୨୪ ଘଣ୍ଟା ଭିତରେ ଘୂର୍ଣ୍ଣିବଳୟ ନେବ ଲଘୁଚାପ ରୂପ। କାଲିଠୁ ୨୨ ତାରିଖ ପର୍ଯ୍ୟନ୍ତ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାବେଳେ ଦକ୍ଷିଣ ଓଡ଼ିଶାରେ ଭୀଷଣ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ଚେତାବନୀ ଦିଆଯାଇଛି।

ଅନ୍ୟପଟେ, ଗତ ୨୪ ଘଣ୍ଟା ମଧ୍ୟରେ ଆଜି ସକାଳ ୮ଟା ୩୦ ସୁଦ୍ଧା ମାଲକାନଗିରି ସହରରେ ୧୮୩.୨ ମିମି ବର୍ଷା ରେକର୍ଡ କରାଯାଇଛି। ଏହା ସହ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ଚେତାବନୀ ଦେଇଛି।

ସୂଚନା ଅନୁସାରେ, ଗତକାଲିର ଘୁର୍ଣ୍ଣିବଳୟ ଆଜି ଉତ୍ତରପଶ୍ଚିମ ପାର୍ଶ୍ଵବର୍ତ୍ତୀ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ତତସଂଲଗ୍ନ ଉତ୍ତର ଆନ୍ଧ୍ର ଏବଂ ଦକ୍ଷିଣ ଓଡିଶା ଉପକୂଳରେ ବାୟୁମଣ୍ଡଳରେ ୭.୬ କିମି ଉଚ୍ଚତା ଯାଏଁ ସକ୍ରିୟ ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉତ୍ତରପଶ୍ଚିମ ବଙ୍ଗୋପସାଗର ଅଂଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି।

Leave A Reply

Your email address will not be published.