Odisha Link
Bridging the Missing Links in Odisha

ଖଡଗ ନଦୀଗର୍ଭ ଜଳାଶୟକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ, ଖର୍ଚ୍ଚ ହେବ ୧୨୬ କୋଟି ଟଙ୍କା

ପରାମର୍ଶଦାତା କମିଟି ମଧ୍ୟ ସ୍ବୀକୃତି ପ୍ରଦାନ କରିଥିଲେ।

ଓଏଲ୍‌ ବ୍ୟୁରୋ: ଖଡଗ ନଦୀରେ ନଦୀଗର୍ଭ ଜଳାଶୟ ନିର୍ମାଣ ହେବ। ଖଡଗ ନଦୀଗର୍ଭ ଜଳାଶୟକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ ଦେଇଛନ୍ତି। ଏହି ଜଳାଶୟ ଦ୍ୱାରା ବୌଦ୍ଧ, ବଲାଙ୍ଗୀର ଓ କନ୍ଧମାଳର ୨୦ ହଜାର ଲୋକ ଉପକୃତ ହେବେ। ଏଥିପାଇଁ ଖର୍ଚ୍ଚ ହେବ ୧୨୬ କୋଟି ଟଙ୍କା। ୧୨୬ କୋଟି ଟଙ୍କାର ଏହି ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଥିବାବେଳେ ପୂର୍ବରୁ ଏହି ପ୍ରକଳ୍ପକୁ ବୈଷୟିକ ପରାମର୍ଶଦାତା କମିଟି ମଧ୍ୟ ସ୍ବୀକୃତି ପ୍ରଦାନ କରିଥିଲେ।

ଜଳାଶୟ ଯୋଜନାରେ କୌଣସି ବିସ୍ଥାପନ ବିନା ଏହି ପ୍ରକଳ୍ପ ନିର୍ମାଣ କରାଯିବ ଓ ଏହା ନଦୀଗର୍ଭ ଜଳ ସଂରକ୍ଷଣ କରିବା ସହିତ ଖରାଦିନେ ଏହି ଅଞ୍ଚଳର ପାନୀୟ ଜଳର ଆବଶ୍ୟକତା ପୂରଣ, ମାଛ ଚାଷ ଓ ଭୂତଳ ଜଳସ୍ତର ବୃଦ୍ଧିରେ ମଧ୍ୟ ବିଶେଷ ସହାୟକ ହେବ ବୋଲି ଆଶା କରାଯାଉଛି।

Leave A Reply

Your email address will not be published.