ଓଡ଼ିଶା ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି, ଆଗାମୀ ୫ ଦିନ ଯାଏଁ ପ୍ରବଳ ବର୍ଷାର ଆଶଙ୍କା
ଲଘୁଚାପ କ୍ଷେତ୍ର ସହ ଜଡିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳରେ ୭.୬କିମି ଉଚ୍ଚତା ଯାଏଁ ସକ୍ରିୟ ରହିଛି।

ଓଏଲ୍ ବ୍ୟୁରୋ: ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଲାଗି ରହିଛି। ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ତା ସହିତ ମୌସୁମୀର ନିମ୍ନଚାପ ରେଖା ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିଛି। ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଉତ୍ତର-ପଶ୍ଚିମ ପାର୍ଶ୍ଵବର୍ତ୍ତୀ ଓଡ଼ିଶା ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଲଘୁଚାପ ପ୍ରଭାବରେ ଆଗାମୀ ୫ ଦିନ ଯାଏଁ ରାଜ୍ୟରେ ବିସ୍ତୃତି ବର୍ଷାର ସମ୍ଭାବନା ରହିଛି।
ଆଗାମୀ ୫ ଦିନ ଯାଏଁ ରାଜ୍ୟରେ ବିସ୍ତୃତି ବର୍ଷା ସମ୍ଭାବନା
— Meteorological Centre, Bhubaneswar (@mcbbsr) July 20, 2023
ଅନ୍ୟପଟେ, ଲଘୁଚାପ କ୍ଷେତ୍ର ସହ ଜଡିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳରେ ୭.୬କିମି ଉଚ୍ଚତା ଯାଏଁ ସକ୍ରିୟ ରହିଛି। ଏହି ଲଘୁଚାପ କ୍ଷେତ୍ର ଆଗାମୀ ଦୁଇଦିନ ଯାଏଁ ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ଓଡ଼ିଶା ମଧ୍ୟ ଦେଇ ଗତି କରିବାର ସମ୍ଭାବନା ମଧ୍ୟ ରହିଥିବା ପାଣିପାଗ କେନ୍ଦ୍ର ସୂଚନା ଦେଇଛି।