Odisha Link
Bridging the Missing Links in Odisha

ରାଜ୍ୟରେ ପ୍ରବଳ ବର୍ଷାର ଆଶଙ୍କା, ଆସନ୍ତା ୨୪ରେ ସୃଷ୍ଟି ହେବ ଆଉ ଏକ ଲଘୁଚାପ କ୍ଷେତ୍ର!

ଓଏଲ୍‌ ବ୍ୟୁରୋ: ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଲାଗି ରହିଛି। ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ତା ସହିତ ମୌସୁମୀର ନିମ୍ନଚାପ ରେଖା ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିଛି। ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଉତ୍ତର-ପଶ୍ଚିମ ପାର୍ଶ୍ଵବର୍ତ୍ତୀ ଓଡ଼ିଶା ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଲଘୁଚାପ ପ୍ରଭାବରେ ଆଗାମୀ ୫ ଦିନ ଯାଏଁ ରାଜ୍ୟରେ ବିସ୍ତୃତି ବର୍ଷାର ସମ୍ଭାବନା ରହିଛି। ଏହା ପରେ ଆସନ୍ତା ଜୁଲାଇ ୨୪ରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ୨୪ ତାରିଖ ବେଳକୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ପାର୍ଶ୍ଵବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଂଚଳରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା ଦେଇଛି।

Leave A Reply

Your email address will not be published.