Odisha Link
Bridging the Missing Links in Odisha

ଘୂର୍ଣ୍ଣିବଳୟ ସକ୍ରିୟ, ରାଜ୍ୟର ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା

ଓଏଲ୍‌ ବ୍ୟୁରୋ: ରାଜ୍ୟରେ ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ଜାରି ରହିଛି। ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ତା ସହିତ ମୌସୁମୀର ନିମ୍ନଚାପ ରେଖା ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିଛି। ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଉତ୍ତର-ପଶ୍ଚିମ ପାର୍ଶ୍ଵବର୍ତ୍ତୀ ଓଡ଼ିଶା ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି।

ଲଘୁଚାପ କ୍ଷେତ୍ର ସହ ଜଡିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳରେ ୭.୬କିମି ଉଚ୍ଚତା ଯାଏଁ ସକ୍ରିୟ, ଏହି ଲଘୁଚାପ କ୍ଷେତ୍ର ଆଗାମୀ ଦୁଇଦିନ ଯାଏଁ ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ଓଡ଼ିଶା ମଧ୍ୟ ଦେଇ ଗତି କରିବାର ସମ୍ଭାବନା ମଧ୍ୟ ରହିଥିବା ପାଣିପାଗ କେନ୍ଦ୍ର ସୂଚନା ଦେଇଛି।

 

Leave A Reply

Your email address will not be published.