Odisha Link
Bridging the Missing Links in Odisha

ଘୂର୍ଣ୍ଣିବଳୟ ପ୍ରଭାବ: ଭିଜୁଛି ଓଡ଼ିଶା, ନୟାଗଡ଼ ଜିଲ୍ଲାରେ ସର୍ବାଧିକ ବର୍ଷା ରେକର୍ଡ

୧୦ ସ୍ଥାନରେ ପ୍ରବଳ ବର୍ଷା ଅନୁଭୂତ ହୋଇଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା

ଓଏଲ୍‌ ବ୍ୟୁରୋ: ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଲାଗି ରହିଛି। ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ତା ସହିତ ମୌସୁମୀର ନିମ୍ନଚାପ ରେଖା ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିଛି। ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର-ପଶ୍ଚିମ ପାର୍ଶ୍ଵବର୍ତ୍ତୀ ଓଡ଼ିଶା ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ବିସ୍ତୃତି ବର୍ଷା ଅନୁଭୂତ ହୋଇଥିବା ବେଳେ ନୟାଗଡ ସହରରେ ୧୩୯ମିମି ସର୍ବାଧିକ ବର୍ଷା ରେକର୍ଡ ହୋଇଛି। ଦୁଇ ସ୍ଥାନରେ ଅତି ପ୍ରବଳ ଏବଂ ୧୦ ସ୍ଥାନରେ ପ୍ରବଳ ବର୍ଷା ଅନୁଭୂତ ହୋଇଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି।

ଅନ୍ୟପଟେ, ଲଘୁଚାପ ପ୍ରଭାବରେ ଆଗାମୀ ୪ ଦିନ ଯାଏଁ ରାଜ୍ୟରେ ବିସ୍ତୃତି ବର୍ଷାର ସମ୍ଭାବନା ରହିଛି। ଏହା ପରେ ଆସନ୍ତା ଜୁଲାଇ ୨୪ରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ୨୪ ତାରିଖ ବେଳକୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ପାର୍ଶ୍ଵବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଂଚଳରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା ଦେଇଛି।

Leave A Reply

Your email address will not be published.