Odisha Link
Bridging the Missing Links in Odisha

ରାଜ୍ୟ କ୍ୟାବିନେଟରେ ୧୭ଟି ପ୍ରସ୍ତାବରେ ବାଜିଲା ମୋହର, ମିଶନ ଶକ୍ତି ମହିଳାଙ୍କୁ ମିଳିବ ସ୍କୁଟର

ଓଏଲ୍‌ ବ୍ୟୁରୋ: ଶେଷ ହୋଇଛି ରାଜ୍ୟ କ୍ୟାବିନେଟ ବୈଠକ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ହୋଇଥିବା ବୈଠକରେ ମୋଟ ୧୭ଟି ପ୍ରସ୍ତାବରେ ମୋହର ଲାଗିଛି। ମିଶନ ଶକ୍ତି, କୃଷି, ସ୍ୱାସ୍ଥ୍ୟ, ଗଣଶିକ୍ଷା, ଜଳସମ୍ପଦ, ସୂଚନା ଓ ପ୍ରଯୁକ୍ତି ବିଦ୍ୟା, ଦକ୍ଷତା ବିକାଶ ଭଳି ବିଭିନ୍ନ ବିଭାଗର ‌ମୋଟ୍‌ ୧୭ଟି ପ୍ରସ୍ତାବ ଉପରେ ଲାଗିଛି ମୋହର।

ଓଡ଼ିଶା କମ୍ପ୍ରିହେନସିଭ କ୍ୟାନସର ପ୍ଲାନକୁ ରାଜ୍ୟ କ୍ୟାବିନେଟ ଅନୁମୋଦନ ମିଳିଛି । ସେହିପରି ଚାଷୀଙ୍କ ପାଇଁ ବଡ଼ ଖବର।୫ ପ୍ରତିଶତ ସୁଧରେ ସମବାୟ ବ୍ୟାଙ୍କ ଓ ପ୍ରାଥମିକ ସମବାୟ ସମିତିରୁ ଫସଲ ଋଣ ନେଉଥିବା ଚାଷୀଙ୍କ ଋଣ ଉପରେ ସୁଧ ଛାଡ । ଚଳିତ ଆର୍ଥିକ ବର୍ଷରୁ ଆଗାମୀ ପାଞ୍ଚ ବର୍ଷ ପାଇଁ ଏହି ସୁଧ ଛାଡ ବ୍ୟବସ୍ଥା ଲାଗୁ ହେବ । ସେହିପରି ଓଡ଼ିଶା ରାଜ୍ୟ ସମବାୟ ବିପ୍ପଣନ ସଂଘ ପାଇଁ ସ୍ବତନ୍ତ୍ର କର୍ପସ ପାଣ୍ଠି ଗଠନ କରିଛନ୍ତି ସରକାର।

ସେହିପରି ବନ ସୁରକ୍ଷା ସମିତି କୋଠା ନିର୍ମାଣ ପାଇଁ ସରକାରଙ୍କ ନୂଆ ଯୋଜନା । ପ୍ରତି ଜିଲ୍ଲାରେ କୋଠା ନିର୍ମାଣ କାମ ହେବ ତ୍ବରାନ୍ବିତ । ସରକାରୀ ଉଦ୍ୟୋଗ, କମ୍ପାନୀ, ଘରୋଇ ଶିଳ୍ପ ଓ ବ୍ୟବସାୟ ପ୍ରତିଷ୍ଠାନ ଉପରେ ବାକି ପଡିଥିବା ଜଳକର ଏଣିକି ଏକକ ଭାବେ ପରିଶୋଧ କରିହେବ । ଏଥିପାଇଁ ଜଳସଂପଦ ବିଭାଗର ପ୍ରସ୍ତାବକୁ କ୍ୟାବିନେଟ ଅନୁମୋଦନ ମିଳିଛି । ରାଜ୍ୟରେ ସେମିକଣ୍ଡକ୍ଚର ଓ ଇଲେକଟ୍ରୋନିକ୍ସ ଚିପ ନିର୍ମାଣ ପାଇଁ ଆସିଲା ନୂଆ ନୀତି ।

Leave A Reply

Your email address will not be published.