Odisha Link
Bridging the Missing Links in Odisha

ଜ୍ୟୋତି ବସୁଙ୍କୁ ପଛରେ ପକାଇଲେ ନବୀନ

ଓଏଲ୍‌ ବ୍ୟୁରୋ: ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନାମରେ ଯୋଡ଼ି ହେଲା ଆଉ ଏକ ରେକର୍ଡ। ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ଜ୍ୟୋତି ବାସୁଙ୍କ ପଛରେ ପକାଇ ସର୍ବାଧିକ କାଳ ମୁଖ୍ୟମନ୍ତ୍ରୀ ପଦରେ ରହିବାରେ ଦେଶର ଦ୍ୱିତୀୟ ମୁଖ୍ୟମନ୍ତ୍ରୀ ହୋଇଛନ୍ତି ନବୀନ ପଟ୍ଟନାୟକ। ୨୦୦୦ ମସିହା ମାର୍ଚ୍ଚ ୫ ତାରିଖରେ ପ୍ରଥମ ଥର ପାଇଁ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ କାର୍ଯ୍ୟଭାର ଗ୍ରହଣ କରିଥିଲେ ନବୀନ। ଏବେ ଲଗାତର ପଞ୍ଚମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ କାର୍ଯ୍ୟଭାର ସମ୍ଭାଳି ଆସୁଛନ୍ତି। ସେ ଓଡ଼ିଶାର ଶାସନ ଭାର ୨୩ ବର୍ଷ ୧୩୮ ଦିନ ଧରି କରିଲେଣି।

ଦେଶରେ ଦୀର୍ଘ ସମୟ ଧରି ମୁଖ୍ୟମନ୍ତ୍ରୀ ପଦରେ ରହିବାରେ ପ୍ରଥମ ସ୍ଥାନରେ ରହିଛନ୍ତି ସିକ୍କିମର ପୂର୍ବତନ ମୁଖ୍ୟମନ୍ତ୍ରୀ ପୱନ କୁମାର ଚାମଲିଙ୍ଗ। ସେ ୧୯୯୪ ଡିସେମ୍ବର ୧୨ ରୁ ୨୦୧୯ ମେ ୨୭ ତାରିଖ ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ଥିଲେ। ଜ୍ୟୋତି ବସୁ ପଶ୍ଚିମବଙ୍ଗରେ ସିପିଏମ୍‌ର ୩୪ ବର୍ଷ ସରକାରରେ ୨୩ ବର୍ଷ ୧୩୮ ଦିନ ମୁଖ୍ୟମନ୍ତ୍ରୀ ଭାବେ ରହିଥିଲେ। ଆଜି ନବୀନ, ଜ୍ୟୋତି ବସୁଙ୍କ ଏହି ରେକର୍ଡ ଭାଙ୍ଗି ଦେଶର ଦ୍ୱିତୀୟ ଦୀର୍ଘତମ ଅବଧିର ମୁଖ୍ୟମନ୍ତ୍ରୀ ବନିଛନ୍ତି।

ଅନ୍ୟପଟେ ବିଜୁ ଜନତା ଦଳ କହିଛି ଯେ, ଓଡ଼ିଶାବାସୀଙ୍କ ପାଇଁ ଏହା ଗର୍ବର ବିଷୟ। ରାଜ୍ୟବାସୀଙ୍କ ଆଶୀର୍ବାଦରେ ୨୦୨୪ରେ ଷଷ୍ଠଥର ମୁଖ୍ୟମନ୍ତ୍ରୀ ହୋଇ ନବୀନ ଭାରତ ରାଜନୀତିର ସବୁ ରେକର୍ଡ ହାସଲ କରିବେ। ସୂଚନାଥାଉକି, ୧୯୯୭ ମସିହାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ରାଜନୈତିକ କ୍ୟାରିଅର୍ ଆରମ୍ଭ କରିଥିଲେ । ମାର୍ଚ୍ଚ ୨୦୦୦ରେ ସେ ପ୍ରଥମ ଥର ପାଇଁ ଓଡିଶାର ମୁଖ୍ୟମନ୍ତ୍ରୀ ଭାବରେ ନିର୍ବାଚିତ ହୋଇଥିଲେ। ସେହି ଦିନଠାରୁ ଆଜି ପର୍ଯ୍ୟନ୍ତ ନବୀନ ମୁଖ୍ୟମନ୍ତ୍ରୀ ଭାବେ କାର୍ଯ୍ୟ କରୁଛନ୍ତି । ଦେଶରେ ଲମ୍ବା ସମୟ ଧରି ମୁଖ୍ୟମନ୍ତ୍ରୀ ପଦବୀରେ ରହିବାରେ ପ୍ରଥମ ସ୍ଥାନରେ ରହିଛନ୍ତି ସିକ୍କିମର ମୁଖ୍ୟମନ୍ତ୍ରୀ ପଓ୍ବନ କୁମାର ଚାମଲିଙ୍ଗ । ନବୀନ ଦ୍ବିତୀୟ ଦୀର୍ଘତମ ଅବଧିର ମୁଖ୍ୟମନ୍ତ୍ରୀ ହୋଇଛନ୍ତି ।

Leave A Reply

Your email address will not be published.