Odisha Link
Bridging the Missing Links in Odisha

ଆଜି ୪ ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ, ଜାଣନ୍ତୁ ଏହାର କାରଣ

ଶ୍ରୀବିଗ୍ରହମାନଙ୍କ ଖସାପଡ଼ା ନୀତି ଯୋଗୁଁ ସାଧାରଣ ଦର୍ଶନ ଉପରେ କଟକଣା ଜାରି କରାଯାଇଛି।

ଓଏଲ୍‌ ବ୍ୟୁରୋ: ଆଜି ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଖସାପଡ଼ା ନୀତି ଅନୁଷ୍ଠିତ ହେବ। ଶ୍ରୀଜିଉଙ୍କ ଏହି ଖସାପଡ଼ା ନୀତି ସମୟରେ ସାଧାରଣ ଦର୍ଶନ ଉପରେ କଟକଣା ଜାରି କରାଯାଇଛି। ଆଜି ୪ ଘଣ୍ଟା ଶ୍ରୀଜିଉଙ୍କ ଦର୍ଶନ ନିଷିଦ୍ଧ କରାଯାଇଛି। ସନ୍ଧ୍ୟା ୬ଟାରୁ ରାତି ୯ଟା ଯାଏ ସାଧାରଣ ଦର୍ଶନ ବନ୍ଦ ରହିବ। ଦ୍ବିତୀୟ ଭୋଗମଣ୍ତପରେ ଠାକୁରଙ୍କର ଏହି ସ୍ବତନ୍ତ୍ର ନୀତି ଅନୁଷ୍ଠିତ ହେବ। ତେବେ ଶ୍ରୀବିଗ୍ରହମାନଙ୍କ ଖସାପଡ଼ା ନୀତି ଯୋଗୁଁ ସାଧାରଣ ଦର୍ଶନ ଉପରେ କଟକଣା ଜାରି କରାଯାଇଛି। ତେବେ ଖସାପଡ଼ା ନୀତି ପରେ ସାଧାରଣ ଦର୍ଶନ ସ୍ବାଭାବିକ ହେବ ବୋଲି ସୂଚନା ମିଳିଛି।