Odisha Link
Bridging the Missing Links in Odisha

ଆସନ୍ତାକାଲି ଓଡ଼ିଶା ଆସିବେ ମହାମହିମ, ପ୍ରସ୍ତୁତ ହୋଇଛି ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା

ଦିନ ତମାମ କଟକରେ ରହି ରାଷ୍ଟ୍ରପତି ୭ଟି କାର୍ଯ୍ୟକ୍ରମରେ ଯୋଗ ଦେବେ।

ଓଏଲ୍‌ ବ୍ୟୁରୋ: ଆସନ୍ତାକାଲି ଅର୍ଥାତ ଜୁଲାଇ ୨୫ରୁ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିବେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତିନିଦିନିଆ ଓଡିଶା ଗସ୍ତ ପୂର୍ବରୁ ଆଜି କାରକେଡ୍ ରିହରସେଲ କରାଯାଇଛି। ମହାମହିମ ସ୍ବତନ୍ତ୍ର ବିମାନ ଯୋଗେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବା ପରେ ରାଜଭବନରେ ରାତ୍ରି ଯାପନ କରିବେ।

ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ବ୍ୟାପକ ବ୍ୟବସ୍ଥା ହୋଇଛି। ରାଷ୍ଟ୍ରପତି ହେବା ପରେ ପ୍ରଥମଥର ପାଇଁ ମହାମହିମ ଦ୍ରୌପଦୀ ମୁର୍ମୁ କଟକ ଆସୁଛନ୍ତି। ଦିନ ତମାମ କଟକରେ ରହି ରାଷ୍ଟ୍ରପତି ୭ଟି କାର୍ଯ୍ୟକ୍ରମରେ ଯୋଗ ଦେବେ। ପ୍ରଥମ ଥର ପାଇଁ ରାଷ୍ଟ୍ରପତି ଏସସିବି ଗସ୍ତରେ ଆସୁଥିବାରୁ କାର୍ଯ୍ୟକ୍ରମକୁ ବ୍ୟାପକ ଭାବେ ଆୟୋଜନ କରିବା ପାଇଁ ଛାତ୍ର ସଂସଦ ସହିତ ମେଡିକାଲ କଲେଜ ଏବଂ ହସ୍ପିଟାଲ କର୍ତ୍ତୃପକ୍ଷ ପ୍ରସ୍ତୁତି ଚଳାଇଛନ୍ତି।

ଅନ୍ୟପଟେ, ଭଦ୍ରକ ମହାବିଦ୍ୟାଳୟ ଓ ପ୍ରଶାସନ ଚଳଚଂଚଳ ହୋଇପଡ଼ିଛି, କାରଣ ଆସନ୍ତା ୨୭ ତାରିଖରେ ଭଦ୍ରକ ଗସ୍ତ କରିବେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତି ଭଦ୍ରକ ସ୍ୱୟଂଶାସିତ ମହାବିଦ୍ୟାଳୟର ହୀରକ ଜୟନ୍ତୀ ଉତ୍ସବରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଭଦ୍ରକ ମହାବିଦ୍ୟାଳୟ ଓ ପ୍ରଶାସନ ଏହାକୁ ନଜରରେ ରଖି ବ୍ୟାପକ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି।

ଏହା ସହ ଭୁବନେଶ୍ବର ତମାଣ୍ଡୋ ଦାସବାଟିଆରେ ପ୍ରଜାପିତା ବ୍ରହ୍ମ କୁମାରୀର ଡିଭାଇନ ଲାଇଟ ହାଉସର ଭିତ୍ତିପ୍ରସ୍ତର ସ୍ଥାପନ କରିବାର କାର୍ଯ୍ୟକ୍ରମ ରହିଛି। ମହାମହିମଙ୍କ ଗସ୍ତକୁ ନେଇ କମିଶନରେଟ ପୁଲିସ ପକ୍ଷରୁ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି।

Leave A Reply

Your email address will not be published.