Odisha Link
Bridging the Missing Links in Odisha

ଲଘୁଚାପ ନେବ ଅବପାତର ରୂପ! ଆସନ୍ତା ୨୬ରୁ ଲଗାଣ ବର୍ଷାର ଆଶଙ୍କା

ଆସନ୍ତା ୨୬ରେ ଚଳିତ ମୌସୁମୀ ଋତୁର ପ୍ରଥମ ଅବପାତର ରୂପ ନେବାର ସମ୍ଭାବନା

ଓଏଲ୍‌ ବ୍ୟୁରୋ: ରାଜ୍ୟର ବିଭିନ୍ନ ଜିଲ୍ଲାରେ କୋହଲା ପାଗ ସହ ମେଘାଚ୍ଛନ୍ନ ଆକାଶ ଦେଖିବାକୁ ମିଳିଛି। ପଶ୍ଚିମ କେନ୍ଦ୍ରୀୟ ତତ-ସଂଲଗ୍ନ ଉତ୍ତରପଶ୍ଚିମ ବଙ୍ଗୋପସାଗର ଅଞ୍ଚଳର ବାୟୁମଣ୍ଡଳରେ ସମୁଦ୍ର ପତ୍ତନ ଠାରୁ ୫.୮ ରୁ ୭.୬ କିମି ମଧ୍ୟରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି।

ଆଗାମୀ ୨୪ ଘଣ୍ଟା ମଧ୍ୟରେ ସୃଷ୍ଟି ହେବାକୁ ଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ଆସନ୍ତା ୨୬ରେ ଚଳିତ ମୌସୁମୀ ଋତୁର ପ୍ରଥମ ଅବପାତର ରୂପ ନେବାର ସମ୍ଭାବନା ରହିଛି। ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷାର ପରିମାଣ ବଢିବାର ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି।

Leave A Reply

Your email address will not be published.