Odisha Link
Bridging the Missing Links in Odisha

ଏଏସଓ ପରୀକ୍ଷା ମାମଲା: ରିଭ୍ୟୁ ପିଟିସନକୁ ଖାରଜ କଲେ ହାଇକୋର୍ଟ


ଓଏଲ୍‌ ବ୍ୟୁରୋ: ଏଏସଓ ପରୀକ୍ଷାଫଳ ମାମଲାର ଶୁଣାଣି କରିଛନ୍ତି ହାଇକୋର୍ଟ। କୋର୍ଟରେ ଦାଖଲ ହୋଇଥିବା ରିଟ୍‌ ପିଟିସନ ଓ ରିଭ୍ୟୁ ପିଟିସନକୁ ଖାରଜ କରିଛନ୍ତି ବିଚାରପତି। ଏପରିକି ପୂର୍ବ ରାୟକୁ ହାଇକୋର୍ଟ କାଏମ ରଖିଛନ୍ତି। ପୂର୍ବରୁ ମେଧା ତାଲିକାକୁ ହାଇକୋର୍ଟ ଖାରଜ କରିଥିଲେ। ବିଷୟଭିତ୍ତିକ ସର୍ବନିମ୍ନ ମାର୍କ ନିୟମ ଲାଗୁ କରାଯିବା ନିଯୁକ୍ତି ନିୟମ ଅନୁସାରେ ଗ୍ରହଣୀୟ ନୁହେଁ ବୋଲି କୋର୍ଟ କହିଥିଲେ। ଯାହାଫଳରେ ମେଧା ତାଲିକାରେ ସ୍ଥାନ ପାଇଥିବା ଆଶାୟୀଙ୍କୁ ଝଟକା ଲାଗିଛି।

ଓଡ଼ିଶା ସେକ୍ରେଟାରିଏଟ ଆଣ୍ଡ କଣ୍ଡିସନ୍ସ ଅଫ୍ ସର୍ଭିସ ଅଫ୍ ଏଏସଓ ରୁଲ୍ସ, ୨୦୧୬ର ଉଲ୍ଲଂଘନ କରି ବିଷୟ ଭିତ୍ତିକ ସର୍ବନିମ୍ନ ମାର୍କ ବ୍ୟବସ୍ଥା ଲାଗୁ କରାଯାଇଥିବାରୁ ପ୍ରକାଶିତ ମେଧା ତାଲିକା ରଦ୍ଦ କରାଯାଉଛି ବୋଲି ହାଇକୋର୍ଟଙ୍କ ରାୟରେ ଉଲ୍ଲେଖ କରାଯାଇଛି । ଏଥି ସହିତ ୨୦୧୬ର ରୁଲ୍ସ ପାଳନ କରି ସାନି ମେଧା ତାଲିକା ୨ ମାସ ଭିତରେ ପ୍ରକାଶ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ।

୭୯୬ ଏଏସଓ ପଦ ପାଇଁ ୨୦୨୨, ଅଗଷ୍ଟ ୨୭ ତାରିଖରେ ଲିଖିତ ପରୀକ୍ଷା ହୋଇଥିଲା। ମୋଟ୍ ୧ଲକ୍ଷ ୪୮ହଜାର ୮୮୮ଜଣ ପ୍ରାର୍ଥୀ ପରୀକ୍ଷା ଦେଇଥିଲେ। ପରୀକ୍ଷା ଆରମ୍ଭରୁ ହିଁ ବିବାଦ ଆରମ୍ଭ ହୋଇଥିଲା। ଏନେଇ ପୂର୍ବରୁ ହାଇକୋର୍ଟରେ ଏକାଧିକ ମାମଲା ଦାୟର ହୋଇଥିଲା। ହାଇକୋର୍ଟଙ୍କ ନଭେମ୍ବର ୧୪ର ରାୟ ଅନୁସାରେ୨୦୧୬, ସେପ୍ଟେମ୍ବର ୩ର ବିଜ୍ଞପ୍ତି ଓପିଏସି ପରୀକ୍ଷାଫଳ ପ୍ରକାଶ କରିଥିଲା।ସେମାନଙ୍କ ଭିତରୁ ୧୧୦୪ଜଣ ଲିଖିତ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ନେଇ ୨୦୨୨, ନଭେମ୍ବର ୭ରେ ଓପିଏସସି ବିଜ୍ଞପ୍ତି ପ୍ରକାଶ କରିଥିଲା।

Leave A Reply

Your email address will not be published.