ବିପଦ ସଂକେତ ଟପିଲା ବଂଶଧାରା, ଗଜପତି କାଶୀନଗରରେ ବନ୍ୟା ଆଶଙ୍କା!
ବିପଦ ସଂକେତ ୫୪.୬୦ମି. ଚିହ୍ନଟ କରାଯାଇଥିବା ବେଳେ ଜଳସ୍ତର ୫୪.୯୦ମି.ରେ ପହଂଚିଛି।
ଓଏଲ୍ ବ୍ୟୁରୋ: ସାରା ରାଜ୍ୟରେ ପ୍ରବଳ ବର୍ଷା କାରଣରୁ ବିଭିନ୍ନ ସ୍ଥାନରେ ଜଳବନ୍ଦୀ ସ୍ତିତି ସୃଷ୍ଟି ହୋଇଛି। ପ୍ରବଳ ବର୍ଷା ଯୋଗୁଁ ଗଜପତି କାଶୀନଗରଠାରେ ବଂଶଧାରା ନଦୀ ବିପଦ ସଂକେତ ଟପିଛି। ବିପଦ ସଂକେତ ୫୪.୬୦ମି. ଚିହ୍ନଟ କରାଯାଇଥିବା ବେଳେ ଜଳସ୍ତର ୫୪.୯୦ମି.ରେ ପହଂଚିଛି।
ଅନ୍ୟପଟେ, ରାଜ୍ୟରେ ପ୍ରବଳ ବର୍ଷା କାରଣରୁ ଆଜି ୫ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା କରାଯାଇଛି। କେନ୍ଦୁଝର, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି, ସୁବର୍ଣ୍ଣପୁରରେ ସବୁ ସରକାରୀ ଓ ବେସରକାରୀ ସ୍କୁଲ ଛୁଟି ଘୋଷଣା କରାଯାଇଛି। ପ୍ରବଳ ବର୍ଷାକୁ ନଜରରେ ରଖି ସମସ୍ତ ସରକାରୀ, ବେସରକାରୀ ସ୍କୁଲ ସହ ଅଙ୍ଗନବାଡି କେନ୍ଦ୍ର ବନ୍ଦ ରଖିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି।
ଅବପାତ ପ୍ରଭାବରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସତର୍କ କରାଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଉତ୍ତର-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଅବପାତ ଗଭୀର ଅବପାତର ରୂପ ନେଇଛି। ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କେନ୍ଦୁଝରରେ ସମସ୍ତ ସ୍କୁଲ ଛୁଟି ଘୋଷଣା କରାଯାଇଛି। ଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ ଜିଲ୍ଲା ଶିକ୍ଷା ଅଧିକାରୀ ଛୁଟି ଘୋଷଣା କରିଛନ୍ତି।