Odisha Link
Bridging the Missing Links in Odisha

ଲଗାଣ ବର୍ଷାରେ ବେହାଲ ଓଡ଼ିଶା, ୧୦ ଜିଲ୍ଲାକୁ ରେଡ୍‌ ୱାର୍ଣ୍ଣିଂ ଜାରି

ଓଏଲ୍‌ ବ୍ୟୁରୋ: ସାରା ରାଜ୍ୟରେ ପ୍ରବଳ ବର୍ଷା କାରଣରୁ ବିଭିନ୍ନ ସ୍ଥାନରେ ଜଳବନ୍ଦୀ ସ୍ତିତି ସୃଷ୍ଟି ହୋଇଛି। ଅବପାତ ପ୍ରଭାବରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସତର୍କ କରାଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ପ୍ରବଳ ବର୍ଷା ଯୋଗୁଁ କାଲି ସକାଳ ପର୍ଯ୍ୟନ୍ତ ୧୦ ଜିଲ୍ଲାକୁ ରେଡ୍‌ ୱାର୍ଣ୍ଣିଂ ଜାରି କରାଯାଇଛି।

ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ବଲାଙ୍ଗିର, ସୋନପୁର, ସମ୍ବଲପୁର, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ବୌଦ୍ଧକୁ ରେଡ୍‌ ୱାର୍ଣ୍ଣିଂ ଜାରି କରାଯାଇଛି। ଅତ୍ୟନ୍ତ ପ୍ରବଳ ଅର୍ଥାତ ୭ରୁ ୨୦ ସେମି ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ଥିବାବେଳେ ତଳିଆ ଅଞ୍ଚଳରେ ପାଣି ଜମିବା ସହ ଫ୍ଲାସ୍ ଫ୍ଲଡ୍‌ ଆଶଙ୍କା କରାଯାଇଛି।

ଅନ୍ୟପଟେ, ଆଜି ୧୩ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା କରାଯାଇଛି। କେନ୍ଦୁଝର, ବଲାଙ୍ଗିର, ନୂଆପଡ଼ା, ବାଲେଶ୍ୱର, କଳାହାଣ୍ଡି, ସୁବର୍ଣ୍ଣପୁର, ସମ୍ବଲପୁର, ନୟାଗଡ଼, ଢେଙ୍କାନାଳ, ମୟୂରଭଞ୍ଜ, ଅନୁଗୁଳ, ବୌଦ୍ଧ, କନ୍ଧମାଳରେ ସବୁ ସରକାରୀ ଓ ବେସରକାରୀ ସ୍କୁଲ ଛୁଟି ଘୋଷଣା କରାଯାଇଛି। ପ୍ରବଳ ବର୍ଷାକୁ ନଜରରେ ରଖି ସମସ୍ତ ସରକାରୀ, ବେସରକାରୀ ସ୍କୁଲ ସହ ଅଙ୍ଗନବାଡି କେନ୍ଦ୍ର ବନ୍ଦ ରଖିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି।

ଏହା ସହ ଦେବଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ଜଗୁଣ ଦୁଇଦିନିଆ ସ୍କୁଲ ଛୁଟି ଘୋଷଣା କରାଯାଇଛି। ଆଜି ଓ ଆସନ୍ତାକାଲି ଜିଲ୍ଲାର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ଛୁଟି ଘୋଷଣା କରାଯାଇଛି। ଲଗାଣ ବର୍ଷା ଓ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବାରୁ ସ୍କୁଲ ଛୁଟି ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଜାରି ହୋଇଛି।

Leave A Reply

Your email address will not be published.