Odisha Link
Bridging the Missing Links in Odisha

ରାଜ୍ୟରେ ପ୍ରବଳ ବର୍ଷା, ଆସନ୍ତାକାଲି ଝାରସୁଗୁଡ଼ାର ସମସ୍ତ ସ୍କୁଲ ଛୁଟି

ଓଏଲ୍‌ ବ୍ୟୁରୋ: ସାରା ରାଜ୍ୟରେ ପ୍ରବଳ ବର୍ଷା କାରଣରୁ ବିଭିନ୍ନ ସ୍ଥାନରେ ଜଳବନ୍ଦୀ ସ୍ତିତି ସୃଷ୍ଟି ହୋଇଛି। ଅବପାତ ପ୍ରଭାବରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସତର୍କ କରାଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଉତ୍ତର-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଅବପାତ ଗଭୀର ଅବପାତର ରୂପ ନେଇଛି। ପ୍ରବଳ ବର୍ଷା ଯୋଗୁଁ ଆଜି ୧୩ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା କରାଯାଇଛି।

ଏହା ସହ ଆସନ୍ତାକାଲି ଝାରସୁଗୁଡ଼ା ଜିଲ୍ଲାରେ ସମସ୍ତ ସ୍କୁଲ ଛୁଟି ଘୋଷଣା କରାଯାଇଛି। ଲଗାଣ ବର୍ଷା ଓ ବନ୍ୟା ସ୍ଥିତି ଯୋଗୁଁ ସମସ୍ତ ସ୍କୁଲ ଛୁଟି ଘୋଷଣା କରାଯାଇଛି। ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଥିବାରୁ ପ୍ରଶାସନ ଏଭଳି ନିଷ୍ପତ୍ତି ନେଇଛି।

ସୂଚନା ଅନୁସାରେ, ଆଜି କେନ୍ଦୁଝର, ବଲାଙ୍ଗିର, ନୂଆପଡ଼ା, ବାଲେଶ୍ୱର, କଳାହାଣ୍ଡି, ସୁବର୍ଣ୍ଣପୁର, ସମ୍ବଲପୁର, ନୟାଗଡ଼, ଢେଙ୍କାନାଳ, ମୟୂରଭଞ୍ଜ, ଅନୁଗୁଳ, ବୌଦ୍ଧ, କନ୍ଧମାଳରେ ସବୁ ସରକାରୀ ଓ ବେସରକାରୀ ସ୍କୁଲ ଛୁଟି ଘୋଷଣା କରାଯାଇଛି। ପ୍ରବଳ ବର୍ଷାକୁ ନଜରରେ ରଖି ସମସ୍ତ ସରକାରୀ, ବେସରକାରୀ ସ୍କୁଲ ସହ ଅଙ୍ଗନବାଡି କେନ୍ଦ୍ର ବନ୍ଦ ରଖିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି।

ଅନ୍ୟପଟେ, ରାଜ୍ୟରେ ଲଗାଣ ବର୍ଷା ସ୍ଥିତି ନେଇ ସ୍ୱତନ୍ତ୍ର ରିଲିଫ କମିଶନର ସମୀକ୍ଷା ବୈଠକ କରିଛନ୍ତି। ବିଭିନ୍ନ ଜିଲ୍ଲାର ସ୍ଥିତିକୁ ନେଇ ଜିଲ୍ଲାପାଳଙ୍କ ସହ ଆଲୋଚନା କରିବା ସହ ପ୍ରଭାବିତ ଲୋକଙ୍କୁ ଆବଶ୍ୟକୀୟ ସହାୟତା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଆବଶ୍ୟକ ସ୍ଥଳେ ରାସ୍ତା କ୍ଲିଅର କରିବାକୁ ଟିମ୍ ମୁତୟନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

Leave A Reply

Your email address will not be published.