Odisha Link
Bridging the Missing Links in Odisha

ଚିନ୍ତା ବଢ଼ାଉଛି ବର୍ଷା, ଖୋଲିଲା ହୀରାକୁଦର ଆଉ ୨ଟି ଗେଟ୍

ବନ୍ୟାଜଳ ନିଷ୍କାସିତ ହେଉଥିବାରୁ ତଳିଆ ଅଂଚଳ ଲୋକଙ୍କୁ ସତର୍କ କରାଯାଇଛି

ଓଏଲ୍‌ ବ୍ୟୁରୋ: ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଲାଗି ରହିଛି। ବର୍ଷା କାରଣରୁ ବିଭିନ୍ନ ସ୍ଥାନରେ ବନ୍ୟା ପରିସ୍ଥିତି ସୃଷ୍ଟି ହେଉଥିବାବେଳେ ହୀରାକୁଦର ଆଉ ୨ଟି ଗେଟ୍ ଖୋଲିଥିବା ଜଣା ପଡିଛି। ଏବେ ହୀରାକୁଦ ଜଳଭଣ୍ଡାରରେ ଜଳସ୍ତର ୬୧୦ ଫୁଟ୍ ରହିଛି। ବର୍ତମାନ ହୀରାକୁଦକୁ ପ୍ରତି ସେକେଣ୍ଡକୁ ୧ ଲକ୍ଷ ୫୯ ହଜାର ୭୨୪ କ୍ୟୁସେକ୍ ଜଳ ପ୍ରବେଶ କରୁଥିବା ବେଳେ ୬୭ ହଜାର ୮୬୧ କ୍ୟୁସେକ୍ ଜଳ ନିଷ୍କାସିତ ହେଉଛି।

ଉପରମୁଣ୍ଡର ବର୍ଷା, ଡ୍ୟାମର ଜଳଧାରଣା କ୍ଷମତା ଏବଂ ପାଣିପାଗ ବିଭାଗର ସମ୍ଭାବ୍ୟ ଆକଳନକୁ ଦୃଷ୍ଟିରେ ରଖି ବନ୍ୟାଜଳ ନିଷ୍କାସିତ ହୋଇଛି। ବନ୍ୟାଜଳ ନିଷ୍କାସିତ ହେଉଥିବାରୁ ତଳିଆ ଅଂଚଳ ଲୋକଙ୍କୁ ସତର୍କ କରାଯାଇଛି।

ଅନ୍ୟପଟେ, ଜଳସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ସୂଚନା ଦେଇଛନ୍ତି ଯେ, ବଡ଼ ଧରଣର ନୁହେଁ ମଧ୍ୟମ ଧରଣର ବନ୍ୟା ହେବାର ଆଶଙ୍କା ରହିଛି। ମହାନଦୀ ବନ୍ୟାଜଳ ମୁଣ୍ଡଳୀରେ ସନ୍ଧ୍ୟା ସୁଦ୍ଧା ପିକରେ ପହଞ୍ଚିବ। ୯ ଲକ୍ଷରୁ ସାଢ଼େ ୯ ଲକ୍ଷ କ୍ୟୁସେକ ଜଳ ପ୍ରବାହିତ ହେବ। ଏହା ସହ ଆଜି ରାତି ଆମ ପାଇଁ ସବୁଠୁ ଗୁରୁତ୍ୱପୂର୍ଣ୍ଣ ବୋଲି ସେ ସୂଚନା ଦେଇଛନ୍ତି।

ଏହା ସହ ଜଳସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ କହିଛନ୍ତି, ସ୍ଥିତି ଉପରେ ନଜର ରହିଛି, ଜିଲ୍ଲାପାଳମାନେ ସତର୍କ। ଜଳସମ୍ପଦ ବିଭାଗ ଅଧିକାରୀମାନେ ସଜାଗ ରହିଛନ୍ତି। ମୁଣ୍ଡଳୀଠାରେ ବିପଦ ସଙ୍କେତ ସ୍ତର ୯୭.୨୫ ମିଟର। ବର୍ତ୍ତମାନ ବନ୍ୟାଜଳ ୯୩.୧୦ ଘନମିଟରରେ ପହଞ୍ଚିଛି।

Leave A Reply

Your email address will not be published.