ରାଜ୍ୟରେ ବର୍ଷାର ପ୍ରଭାବ: ବିଭିନ୍ନ ସ୍ଥାନରେ ଜଳବନ୍ଦୀ, ୨୪ ଘଣ୍ଟିଆ ପାଟ୍ରୋଲିଂ ପାଇଁ ନିର୍ଦ୍ଦେଶ
ଉତ୍ତର-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଅବପାତ ଗଭୀର ଅବପାତର ରୂପ ନେଇଛି।

ଓଏଲ୍ ବ୍ୟୁରୋ: ସାରା ରାଜ୍ୟରେ ପ୍ରବଳ ବର୍ଷା କାରଣରୁ ବିଭିନ୍ନ ସ୍ଥାନରେ ଜଳବନ୍ଦୀ ସ୍ତିତି ସୃଷ୍ଟି ହୋଇଛି। ଅବପାତ ପ୍ରଭାବରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସତର୍କ କରାଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଉତ୍ତର-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଅବପାତ ଗଭୀର ଅବପାତର ରୂପ ନେଇଛି।
ସୂଚନା ଅନୁସାରେ, ଦୁର୍ବଳ ନଦୀ ବନ୍ଧ ଗୁଡ଼ିକରେ ୨୪ ଘଣ୍ଟିଆ ପାଟ୍ରୋଲିଂ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ସ୍ଥାନୀୟ ପୁଲିସ, ଜଳସମ୍ପଦ ବିଭାଗ ଯନ୍ତ୍ରୀଙ୍କୁ ସ୍ୱତନ୍ତ୍ର ରିଲିଫ କମିଶନର ନିର୍ଦ୍ଦେଶ ଦେଇଛନ୍ତି। ଦରକାର ପଡ଼ିଲେ ତଳିଆ ଅଞ୍ଚଳରୁ ଲୋକଙ୍କୁ ସ୍ଥାନାନ୍ତର ପାଇଁ ପରାମର୍ଶ ଦିଆଯାଇଛି। ନିରାପଦ ବିଲ୍ଡିଂରେ ରହିବା ଓ ଖାଇବାର ବ୍ୟବସ୍ଥା ପାଇଁ ମଧ୍ୟ ସ୍ୱତନ୍ତ୍ର ରିଲିଫ କମିଶନର ନିର୍ଦ୍ଦେଶ ଦେଇଛନ୍ତି।