Odisha Link
Bridging the Missing Links in Odisha

ଶପଥ ନେଲେ ଜଷ୍ଟିସ ଶୁଭାଶିଷ ତାଳପତ୍ର

ଓଏଲ୍‌ ବ୍ୟୁରୋ: ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ପଦରୁ ଡ. ଏସ୍‌. ମୁରଲୀଧର ସୋମବାର ଅବସର ଗ୍ରହଣ କରିଛନ୍ତି। ଆଜି ଓଡ଼ିଶା ହାଇକୋର୍ଟକୁ ନୂଆ ମୁଖ୍ୟ ବିଚାରପତି ମିଳିଛି। ଜଷ୍ଟିସ ଶୁଭାଶିଷ ତାଳପତ୍ର ଆଜି ଶପଥ ଗ୍ରହଣ କରିଛନ୍ତି। ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ତାଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି।

ଜଷ୍ଟିସ୍‌ ତାଳପତ୍ରଙ୍କ ମୁଖ୍ୟ ବିଚାରପତି ନିଯୁକ୍ତି ସଂକ୍ରାନ୍ତ ବିଜ୍ଞପ୍ତି ଜୁଲାଇ ୧୯ ତାରିଖରେ ପ୍ରକାଶ ପାଇଥିଲା। ସୁପ୍ରିମକୋର୍ଟ କଲେଜିୟମ ମୁଖ୍ୟବିଚାରପତି ଭାବେ ତାଙ୍କ ନିଯୁକ୍ତି ପାଇଁ କେନ୍ଦ୍ର ସରକାରଙ୍କୁ ସୁପାରିସ୍‌ କରିଥିଲେ। ରାଷ୍ଟପ୍ରତିଙ୍କ ଅନୁମୋଦନ ପରେ ଜଷ୍ଟିସ ତାଳପତ୍ରଙ୍କ ନିଯୁ୍କତି ସଂକ୍ରାନ୍ତ ବିଜ୍ଞପ୍ତି ପ୍ରକାଶ ପାଇଥିଲା।

୨୦୧୧ ନଭେମ୍ବର ୧୫ରେ ଗୌହାଟୀ ହାଇକୋର୍ଟ ବିଚାରପତି ଭାବେ କାର୍ଯ୍ୟ ଆରମ୍ଭ କରିଥିଲେ। ପରେ ସେ ୨୦୧୩ରେ ତ୍ରିପୁରାରେ ସ୍ବତନ୍ତ୍ର ହାଇକୋର୍ଟ ପ୍ରତିଷ୍ଠା ପରେ ତାଙ୍କୁ ବଦଳି କରାଯାଇଥିଲା। ୨୦୨୨ ଜୁନ୍‌ ୧୦ରୁ ତ୍ରିପୁରା ହାଇକୋର୍ଟରୁ ଓଡ଼ିଶା ହାଇକୋର୍ଟକୁ ବଦଳି ହୋଇ ଆସିଥିଲେ। ସେବେଠାରୁ ଓଡ଼ିଶା ହାଇକୋର୍ଟର ବିଚାରପତି ରହିଥିଲେ ଜଷ୍ଟିସ୍‌ ଶୁଭାଶିଷ ତାଳପତ୍ର।

Leave A Reply

Your email address will not be published.