Odisha Link
Bridging the Missing Links in Odisha

ମୌସୁମୀ ପ୍ରବାହ ଦୁର୍ବଳ, ରାଜ୍ୟର କିଛି ଜିଲ୍ଲାରେ ଅସହ୍ୟ ତାତିର ଆଶଙ୍କା!

ଓଏଲ୍‌ ବ୍ୟୁରୋ: ରାଜ୍ୟରେ ମୌସୁମୀ ପ୍ରବାହ ଦୁର୍ବଳ ହୋଇଥିବା ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହା ସହ ରାଜ୍ୟରେ କୌଣସି ପାଣିପାଗ ପ୍ରକ୍ରିୟା ସକ୍ରିୟ ନଥିବା ତଥା ମୌସୁମୀ ନିମ୍ନଚାପ ରେଖା ତାର ସାଧାରଣ ଅବସ୍ଥାନ ଠାରୁ ଉତ୍ତରରେ ଅବସ୍ଥାନ କରୁଥିବାରୁ, ରାଜ୍ୟରେ ମୌସୁମୀ ପ୍ରବାହ ଦୁର୍ବଳ ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଅନ୍ୟପଟେ, ଗତ ୨୪ ଘଣ୍ଟାରେ ରାଜ୍ୟରେ ୨.୩ ମିମି ବର୍ଷା ରେକର୍ଡ କରାଯାଇଛି। ଯାହା ସ୍ୱାଭାବିକ ବର୍ଷା ୧୩.୨ ମିମି ତୁଳନାରେ ୮୩ ପ୍ରତିଶତ କମ ରହିଛି। ଆଗାମୀ ୪ ରୁ ୫ଦିନ ରାଜ୍ୟରେ ଦୁର୍ବଳ ମୌସୁମୀ ପ୍ରବାହ ଜାରିରହିବାର ସମ୍ଭାବନା ଥିବାରୁ ବଡ଼ ବର୍ଷାର ସମ୍ଭାବନା ନାହିଁ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।