Odisha Link
Bridging the Missing Links in Odisha

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ: ଅଣ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ ମିଳିବ ମାଗଣା ପାଠ୍ୟପୁସ୍ତକ

ଓଏଲ୍‌ ବ୍ୟୁରୋ: ରାଜ୍ୟର ଘରୋଇ ତଥା ଅଣ ଅନୁଦାନପ୍ରାପ୍ତ ଓଡ଼ିଆ ମାଧ୍ୟମିକ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ ମାଗଣା ପାଠ୍ୟପୁସ୍ତକ ମିଳିବା ନେଇ ଖବର ପ୍ରକାଶ ପାଇଛି। ୫-ଟି ଉପକ୍ରମରେ ଏହି ଯୋଜନା ହାତକୁ ନିଆଯାଇଛି। ଆଗାମୀ ଶିକ୍ଷାବର୍ଷ ୨୦୨୪-୨୫ରୁ ଏହା କାର୍ଯ୍ୟକାରୀ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି।

ସୂଚନା ଅନୁସାରେ, ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀମାନଙ୍କୁ ମାଗଣା ପାଠ୍ୟପୁସ୍ତକ ରାଜ୍ୟ ସରକାର ଯୋଗାଇ ଦେବେ ବୋଲି ଘୋଷଣା କରାଯାଇଛି। ଏହା ଦ୍ୱାରା ରାଜ୍ୟର ୩୬୨୦ଟି ଘରୋଇ ତଥା ଅଣ ଅନୁଦାନ ପ୍ରାପ୍ତ ବିଦ୍ୟାଳୟର ୫ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ଉପକୃତ ହେବେ। ଏଥିପାଇଁ ରାଜ୍ୟ ସରକାର ୯ କୋଟି ୪୩ ଲକ୍ଷ ଟଙ୍କା ବାର୍ଷିକ ଖର୍ଚ୍ଚ କରିବେ ବୋଲି ସୂଚନା ରହିଛି।