ଭାରତୀୟ ରିଜର୍ଭ ବ୍ୟାଙ୍କ ପକ୍ଷରୁ ବଡ଼ ସୂଚନା: ଅପରିବର୍ତ୍ତିତ ରହିଲା ରେପୋ ରେଟ୍

ଓଏଲ୍ ବ୍ୟୁରୋ: ଭାରତୀୟ ରିଜର୍ଭ ବ୍ୟାଙ୍କ ପକ୍ଷରୁ ବଡ଼ ସୂଚନା ପ୍ରକାଶ ପାଇଛି। ଯାହାପରେ ଗ୍ରାହକମାନଙ୍କୁ ଆଶ୍ୱସ୍ତି ମିଳିଛି। ରେପୋ ରେଟ୍ ବୃଦ୍ଧି ପାଇବାର ଆଶଙ୍କା ଥିବାବେଳେ ଏନେଇ ଭାରତୀୟ ରିଜର୍ଭ ବ୍ୟାଙ୍କ ପକ୍ଷରୁ ବଡ଼ ଘୋଷଣା କରାଯାଇଛି। ଅପରିବର୍ତ୍ତିତ ରହିଲା ରେପୋ ରେଟ୍। ରେପୋ ରେଟ୍ ପରିବର୍ତନ ନହେବାରୁ ଇଏମଆଇ ମଧ୍ୟ ବୃଦ୍ଧି ପାଇବନି ବୋଲି ସୂଚନା ମିଳିଛି। ରେପୋ ହାରକୁ ୬.୫ ପ୍ରତିଶତରେ ଅପରିବର୍ତ୍ତିତ ରଖିବାକୁ ନିଷ୍ପତ୍ତି ନେଇଥିବା ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ କହିଛନ୍ତି।
ସୂଚନା ଅନୁସାରେ, ପୂର୍ବରୁ ମଧ୍ୟ ଏପ୍ରିଲ ଏବଂ ଜୁନ ମାସରେ ରେପୋ ରେଟ୍ ବୃଦ୍ଧି ପାଇବାର ଆଶଙ୍କା ଥିବାବେଳେ ଏହା ଅପରିବର୍ତ୍ତିତ ରଖିବାକୁ ଭାରତୀୟ ରିଜର୍ଭ ବ୍ୟାଙ୍କ ପକ୍ଷରୁ ଘୋଷଣା କରାଯାଇଥିଲା। ଯାହା ଗ୍ରାହକଙ୍କ ପାଇଁ ଖୁସି ଖବର ପାଲଟିଥିଲା। ରେପୋ ହାରକୁ ୬.୫ ପ୍ରତିଶତରେ ଅପରିବର୍ତ୍ତିତ ରଖିବାକୁ ନିଷ୍ପତ୍ତି ନେଇଥିବା ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ କହିବା ପରେ ଗ୍ରାହକମାନଙ୍କୁ ଆଶ୍ୱସ୍ତି ମିଳିଛି।