ସକ୍ରିୟ ହେଉଛି ଘୂର୍ଣ୍ଣିବଳୟ, ରାଜ୍ୟରେ ପ୍ରବଳ ବର୍ଷା ହେବାର ଆଶଙ୍କା!
ଓଏଲ୍ ବ୍ୟୁରୋ: କିଛି ଦିନର ବ୍ୟବଧାନ ପରେ ପୁଣି ରାଜ୍ୟରେ ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷାର ଆଶଙ୍କା କରାଯାଉଛି। ଆସନ୍ତା ୧୮ ତାରିଖ ବେଳକୁ ଲଘୁଚାପ ସମ୍ଭାବନା ଥିବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା ଦେଇଛି। ଉତର-ପୂର୍ବ ତତ-ସଂଲଗ୍ନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳର ସମୁଦ୍ର ମଧ୍ୟରେ ବାୟୁମଣ୍ଡଳର ୪.୫ ରୁ ୭.୬କିମି ଉଚ୍ଚତା ମଧ୍ୟରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି।
ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର ବଙ୍ଗୋପସାଗର ଅଞ୍ଚଳର ୧୮ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ରହିଛି। ଏହା ପ୍ରଭାବରେ ପ୍ରବଳ ବର୍ଷା ହେବାର ଆଶଙ୍କା କରାଯାଉଛି। ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୫ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ପୁରୀ, ଖୋର୍ଦ୍ଧା, କଟକ, ଅନୁଗୁଳ, ସମ୍ବଲପୁର ଜିଲ୍ଲାକୁ ସତର୍କତା ଜାରି କରାଯାଇଛି।