Odisha Link
Bridging the Missing Links in Odisha

ସମ୍ବଲପୁରରେ ବର୍ଷାର ପ୍ରଭାବ: ଭୁଶୁଡିଲା ଦୁଇ ମହଲା କୋଠା

ପ୍ରବଳ ବର୍ଷାରେ ମାରୱାଡି ଧର୍ମଶାଳା କୋଠା ଭୁଷୁଡିଥିବା ସୂଚନା ମିଳିଛି।

ଓଏଲ୍‌ ବ୍ୟୁରୋ: ପୁଣି ରାଜ୍ୟରେ ଲଘୁଚାପ ପ୍ରଭାବରେ ବର୍ଷା ଆରମ୍ଭ ହୋଇଥିବା ସୂଚନା ଦିଆଯାଇଛି। ଆସନ୍ତା ୧୮ ତାରିଖ ବେଳକୁ ଲଘୁଚାପ ସମ୍ଭାବନା ଥିବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା ଦେଇଛି। ବର୍ଷା ପ୍ରଭାବରେ ସମ୍ବଲପୁରରେ ଦୁଇ ମହଲା କୋଠା ଭୁଶୁଡି ପଡିଥିବା ଜଣା ପଡିଛି। ପ୍ରବଳ ବର୍ଷାରେ ମାରୱାଡି ଧର୍ମଶାଳା କୋଠା ଭୁଷୁଡିଥିବା ସୂଚନା ମିଳିଛି।

ଏହା ସହ ଆଜି ଉତ୍ତରପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ସମୁଦ୍ର ପତ୍ତନ ଠାରୁ ବାୟୁମଣ୍ଡଳରେ ୭.୬ କିମି ଉଚ୍ଚତା ଯାଏଁ ଘୂର୍ଣ୍ଣିବଳୟ ବ୍ୟାପିଛି। ଆସନ୍ତା ୧୨ଘଣ୍ଟାରେ ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ହେବାର ଆଶଙ୍କା କରାଯାଉଛି। ଦୁଇ ଦିନ ସାରା ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ଆସନ୍ତା ୧୨ଘଣ୍ଟାରେ ଲଘୁଚାପର ରୂପନେବ ଘୁର୍ଣ୍ଣିବଳୟ। ଏହାର ପ୍ରଭାବରେ ଆଜି ଆଉ ଆସନ୍ତାକାଲି ରାଜ୍ୟରେ ପ୍ରବଳ ବର୍ଷା ହେବ। ଅନେକ ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆଲର୍ଟ ଜାରି କରାଯାଇଛି।

କନ୍ଧମାଳ, କଳାହାଣ୍ଡିରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରାଯାଇଛି। ତେବେ ଲଘୁଚାପକୁ ନଜରରେ ରଖି ସମୁଦ୍ର ମଧ୍ୟକୁ ଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି। ଲଘୁଚାପ ପ୍ରଭାବରେ ଭୁବନେଶ୍ୱର ଓ କଟକରେ ପ୍ରବଳ ବର୍ଷା ହେଉଛି। ଯାହାକୁ ନେଇ ଆଲର୍ଟ କରାଯାଇଛି।

Leave A Reply

Your email address will not be published.