ଘୂର୍ଣ୍ଣିବଳୟ ପ୍ରଭାବ: ଆଗାମୀ ୧୨ଘଣ୍ଟା ମଧ୍ୟରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର!

ଓଏଲ୍ ବ୍ୟୁରୋ: କିଛି ଦିନର ବ୍ୟବଧାନ ପରେ ପୁଣି ରାଜ୍ୟରେ ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷାର ଆଶଙ୍କା କରାଯାଉଛି। ଆସନ୍ତା ୧୮ ତାରିଖ ବେଳକୁ ଲଘୁଚାପ ସମ୍ଭାବନା ଥିବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା ଦେଇଛି। ଆଜି ଉତ୍ତରପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ସମୁଦ୍ର ପତ୍ତନ ଠାରୁ ବାୟୁମଣ୍ଡଳରେ ୭.୬ କିମି ଉଚ୍ଚତା ଯାଏଁ ଘୂର୍ଣ୍ଣିବଳୟ ବ୍ୟାପିଛି। ଘୂର୍ଣ୍ଣିବଳୟ ପ୍ରଭାବରେ ବଙ୍ଗୋପସାଗରର ସମାନ ଅଞ୍ଚଳରେ ଆଗାମୀ ୧୨ଘଣ୍ଟା ମଧ୍ୟରେ ଏକ ଲଘୁଚାପକ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି।
ଆଗାମୀ #୧୨ଘଣ୍ଟା ମଧ୍ୟରେ #ଲଘୁଚାପ !!
ଗତକାଲିର ଘୂର୍ଣ୍ଣିବଳୟ ଆଜି ଉତ୍ତରପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ସମୁଦ୍ର ପତ୍ତନ ଠାରୁ ବାୟୁମଣ୍ଡଳରେ ୭.୬ କିମି ଉଚ୍ଚତା ଯାଏଁ ବ୍ୟାପିଛି | ଏହି ଘୂର୍ଣ୍ଣିବଳୟ ପ୍ରଭାବରେ, ବଙ୍ଗୋପସାଗର ର ସମାନ ଅଞ୍ଚଳରେ ଆଗାମୀ #୧୨ଘଣ୍ଟା ମଧ୍ୟରେ ଏକ #ଲଘୁଚାପକ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା pic.twitter.com/TWqWpAfu2f
— Meteorological Centre, Bhubaneswar (@mcbbsr) August 17, 2023
ଅନ୍ୟପଟେ, ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର ବଙ୍ଗୋପସାଗର ଅଞ୍ଚଳର ୧୮ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ରହିଛି। ଏହା ପ୍ରଭାବରେ ପ୍ରବଳ ବର୍ଷା ହେବାର ଆଶଙ୍କା କରାଯାଉଛି। ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୫ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ପୁରୀ, ଖୋର୍ଦ୍ଧା, କଟକ, ଅନୁଗୁଳ, ସମ୍ବଲପୁର ଜିଲ୍ଲାକୁ ସତର୍କତା ଜାରି କରାଯାଇଛି।