Odisha Link
Bridging the Missing Links in Odisha

ଲଘୁଚାପ ପ୍ରଭାବ: ରାଜ୍ୟର ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଓଏଲ୍‌ ବ୍ୟୁରୋ: ପୁଣି ରାଜ୍ୟରେ ଲଘୁଚାପ ପ୍ରଭାବରେ ବର୍ଷା ଆରମ୍ଭ ହୋଇଥିବା ସୂଚନା ଦିଆଯାଇଛି। ଗତକାଲି ସୃଷ୍ଟି ଲଘୁଚାପ କ୍ଷେତ୍ର ଆଜି ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଉତ୍ତର-ଓଡ଼ିଶା ତତ-ସଂଲଗ୍ନ ପଶ୍ଚିମବଙ୍ଗ ଉପକୂଳ ଅଞ୍ଚଳରେ ସକ୍ରିୟ ରହିଛି। ଏହା ଆଗାମୀ ୨ ରୁ ୩ ଦିନ ଯାଏଁ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତିକରି ଉତ୍ତର ଓଡ଼ିଶା-ଉତ୍ତର ଛତିଶଗଡ ମୁହାଁ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟର ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଆଜି ସକାଳ ୮.୩୦ ସୁଦ୍ଧା ଖୋର୍ଦ୍ଧାରେ ୮୮ ମିମି, ହୀରାକୁଦରେ ୮୭.୮ ମିମି, ନବରଙ୍ଗପୁରରେ ୮୧ ମିମି, କେନ୍ଦୁଝରରେ ୭୦.୬ ମିମି, ପୁରୀରେ ୬୯.୬ ମିମି, ଭୁବନେଶ୍ୱରରେ ୬୩.୮ ମିମି, ଟିଟଲାଗଡରେ ୬୦.୮ ମିମି ବର୍ଷା ରେକର୍ଡ କରାଯାଇଛି। ତେବେ ଆସନ୍ତା ୧୨ଘଣ୍ଟାରେ ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ହେବାର ଆଶଙ୍କା କରାଯାଉଛି। ଦୁଇ ଦିନ ସାରା ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

Leave A Reply

Your email address will not be published.