Odisha Link
Bridging the Missing Links in Odisha

ମୌସୁମୀ ପ୍ରବାହ ଦୁର୍ବଳ, ତଥାପି ରାଜ୍ୟରେ ବର୍ଷାର ସମ୍ଭାବନା

ଓଏଲ୍‌ ବ୍ୟୁରୋ: ରାଜ୍ୟରେ ମୌସୁମୀ ପ୍ରବାହ ଦୁର୍ବଳ ହୋଇଥିବା ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୌସୁମୀ ପ୍ରବାହ ଦୁର୍ବଳ ସ୍ଥିତିରେ ରହିଥିବାରୁ ରାଜ୍ୟରେ ମୌସୁମୀ ବର୍ଷାର ସମ୍ଭାବନା ନାହିଁ। ମୌସୁମୀ ଟ୍ରଫ୍‌ ଲାଇନ୍‌ ସମୁଦ୍ର ପତ୍ତନରେ ହିମାଳୟ ପାଦଦେଶରେ ପ୍ରବାହିତ ହେଉଛି। ଏପରିସ୍ଥିତରେ ରାଜ୍ୟରେ ବଡ଼ ବର୍ଷାର ସମ୍ଭାବନା ନଥିଲେ ମଧ୍ୟ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓ ପଶ୍ଚିିମ ଓଡ଼ିଶାର ୧୮ଟି ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷାର ସମ୍ଭାବନା ରହିଛି। ତେବେ ଏ ନେଇ ସତର୍କ ସୂଚନା ଜାରି କରାଇଛି ଆଞ୍ଚଳିକ ପାଣିପାଗ ବିଭାଗ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୨୨ ଅଗଷ୍ଟ ମଙ୍ଗଳବାର ଅପରାହ୍ନ ସୁଦ୍ଧା ରାଜ୍ୟର ୧୮ଟି ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷାର ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା ଦେଇଛି।

Leave A Reply

Your email address will not be published.