ବିଶିଷ୍ଟ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକ ଅସୁସ୍ଥ, ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ

ଓଏଲ୍ ବ୍ୟୁରୋ: ବିଶିଷ୍ଟ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକ ଡେଙ୍ଗୁରେ ଆକ୍ରାନ୍ତ ହୋଇ ଅସୁସ୍ଥ ହୋଇପଡିଥିବା ଜଣା ପଡିଛି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଚିକିତ୍ସା ଚାଲିଛି। ଅସୁସ୍ଥତା ନେଇ ପ୍ରଣବଙ୍କ ପତ୍ନୀ କସ୍ତୁରିକା ପଟ୍ଟନାୟକ ସୂଚନା ଦେଇଛନ୍ତି। ସେ କହିଛନ୍ତି, ପ୍ରଣବ ଏବେ ଡେଙ୍ଗୁମୁକ୍ତ, ଦୁର୍ବଳ କାରଣରୁ କିଛି ଦିନ ହସ୍ପିଟାଲରେ ରହିବେ।
ମୁଖ୍ୟମନ୍ତ୍ରୀ ଶ୍ରୀ @Naveen_Odisha ଙ୍କ ନିର୍ଦ୍ଦେଶକ୍ରମେ ଏକ ପ୍ରତିନିଧି ଦଳ ଅସୁସ୍ଥତା କାରଣରୁ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ବିଶିଷ୍ଟ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କୁ ସାକ୍ଷାତ କରି ସ୍ବାସ୍ଥ୍ୟ ଅବସ୍ଥା ସମ୍ପର୍କରେ ବୁଝିଛନ୍ତି। ଏହି ପ୍ରତିନିଧି ଦଳ ତାଙ୍କ ଆଶୁଆରୋଗ୍ୟ କାମନା କରିବା ସହ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା… pic.twitter.com/rksQayrzFI
— CMO Odisha (@CMO_Odisha) August 24, 2023
ପ୍ରଣବ ପଟ୍ଟନାୟକ ଡେଙ୍ଗୁରେ ଆକ୍ରାନ୍ତ ହୋଇ ଅସୁସ୍ଥ ହୋଇପଡିଥିବା ଖବର ପାଇବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ଏକ ପ୍ରତିନିଧି ଦଳ ପ୍ରଣବ ପଟ୍ଟନାୟକଙ୍କୁ ଭେଟିଛନ୍ତି। ଏହି ପ୍ରତିନିଧି ଦଳ ତାଙ୍କର ଆଶୁ ଆରୋଗ୍ୟ କାମନା କରି ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା ବାର୍ତ୍ତା ଜଣାଇଛନ୍ତି। ଏହି ପ୍ରତିନିଧି ଦଳରେ ଓଡ଼ିଆ ଚଳଚ୍ଚିତ୍ର ଉନ୍ନୟନ ନିଗମ ଅଧ୍ୟକ୍ଷ ସତ୍ୟବ୍ରତ ତ୍ରିପାଠୀ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ନିର୍ଦ୍ଦେଶକ ଦିଲ୍ଲୀପ ରାଉତରାଏ, ବିଭାଗୀୟ ଯୁଗ୍ମ ନିର୍ଦ୍ଦେଶକ ସୁବୋଧ ଆଚାର୍ଯ୍ୟ, ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ସଚିବ ପ୍ରବୋଧ ରଥ ସାମିଲ ଥିଲେ।