କୃଷିକ୍ଷେତ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ଆଉ ଏକ ଐତିହାସିକ ପଦକ୍ଷେପ ନେଲେ ରାଜ୍ୟ ସରକାର
ଚାଷୀଙ୍କ କଲ୍ୟାଣ ସହ ରାଜ୍ୟର ବିକାଶ ଯୋଡି ହୋଇରହିଛି।

ଓଏଲ୍ ବ୍ୟୁରୋ: କୃଷିକ୍ଷେତ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଭେଟି। ରାଜ୍ୟର ଚାଷୀ ଭାଇଭଉଣୀଙ୍କୁ ଆହୁରି ସଶକ୍ତ କରିବା ସହ କୃଷି କ୍ଷେତ୍ରକୁ ସୁଦୃଢ କରିବା ନେଇ ରାଜ୍ୟ ସରକାର ଆଉ ଏକ ଐତିହାସିକ ପଦକ୍ଷେପ ନେଇଛନ୍ତି। ଚାଷୀ ଭାଇ ଓ ଭଉଣୀଙ୍କ କଲ୍ୟାଣ ଓ ବିକାଶ ନିମନ୍ତେ ରାଜ୍ୟ ସରକାର ଫସଲ ଋଣ ଯୋଜନା ସହାୟତା ଆଣିଛନ୍ତି। ଚାଷୀଙ୍କ କଲ୍ୟାଣ ସହ ରାଜ୍ୟର ବିକାଶ ଯୋଡି ହୋଇରହିଛି। ଓଡ଼ିଶା ଆଜି ଖାଦ୍ୟ ଶସ୍ୟ ଉତ୍ପାଦନରେ ଆତ୍ମ ନିର୍ଭର ହେବା ସହିତ ଦେଶର ଖାଦ୍ୟ ଭଣ୍ଡାରକୁ ଅନ୍ନ ଯୋଗାଇ ପାରୁଛି ପୂର୍ବରୁ ମୁଖ୍ୟମନ୍ତ୍ରୀ କହିଥିଲେ।
ସୂଚନା ଅନୁସାରେ, ପୂର୍ବରୁ ରାଜ୍ୟର ଚାଷୀ ଭାଇ ଭଉଣୀ ମାନଙ୍କୁ କାଳିଆ ସହାୟତା ପ୍ରଦାନ କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଯୋଜନା ଅଧିନରେ ଓଡ଼ିଶା ସରକାର ରାଜ୍ୟର ସମସ୍ତ କ୍ଷୁଦ୍ର ଓ ନାମମାତ୍ର କୃଷକଙ୍କୁ ପ୍ରତି ରବି ଓ ଖରିଫ ଋତୁରେ ଚାଷକାର୍ଯ୍ୟ କରିବା ପାଇଁ ବିହନ, ସାର, କୀଟନାଶକ ଔଷଧ କିଣିବା ସହିତ ମଜୁରି ଓ ଆନୁଷଙ୍ଗିକ ଅନ୍ୟାନ୍ୟ କାର୍ଯ୍ୟ ନିମନ୍ତେ ୫ ଫସଲ ଋତୁରେ ମୋଟ୍ ୨୫ ହଜାର ଟଙ୍କାର ସହାୟତା ପ୍ରଦାନ କରାଯାଉଛି।
ଝାରସୁଗୁଡ଼ା ବ୍ୟତୀତ ରାଜ୍ୟର ସବୁ ଅଞ୍ଚଳର କୃଷକ ମାନେ ଏହି ସହାୟତା ପାଇଥିଲେ। ୪୩ ଲକ୍ଷରୁ ଅଧିକ ଚାଷୀ ପରିବାରଙ୍କୁ ୮୭୭ କୋଟି ଟଙ୍କା ସହାୟତା ଚାଷୀଙ୍କ ବ୍ୟାଙ୍କ ଖାତାକୁ ଦିଆଯାଇଛି। ମୁଖ୍ୟମନ୍ତ୍ରୀ ଚଳିତ ଖରିଫ ଋତୁରେ ଚାଷ କାମ ପାଇଁ ଏହି ସହାୟତା ପ୍ରଦାନ କରିଥିଲେ। ରାଜ୍ୟରେ ପୁଷ୍ଟି ଯୁକ୍ତ ଖାଦ୍ୟର ଉତ୍ପାଦନ ବୃଦ୍ଧି ଓ ଚାଷୀ ମାନଙ୍କ ରୋଜଗାରରେ ଉନ୍ନତି ପାଇଁ ରାଜ୍ୟ ସରକାର ଅନେକ ଶସ୍ୟ ଭିତ୍ତିକ ମିଶନ କାର୍ଯ୍ୟକରୀ କରୁଛନ୍ତି ବୋଲି ପ୍ରକାଶ କରି, ମୁଖ୍ୟମନ୍ତ୍ରୀ ଚାଷୀ ମାନଙ୍କୁ ଫସଲ ବିବିଧକରଣ ଉପରେ ଗୁରୁତ୍ଵ ଦେବା ପାଇଁ ପରାମର୍ଶ ଦେଇଥିଲେ।