ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ: ବିଏମସି ପାଇଁ ୪୧୬ଟି ନୂତନ ପଦବୀ ସୃଷ୍ଟି

ଓଏଲ୍ ବ୍ୟୁରୋ: ଭୁବନେଶ୍ବର ମହାନଗର ନିଗମ ପାଇଁ ୪୧୬ଟି ନୂତନ ପଦବୀକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ ପ୍ରଦାନ କରିଛନ୍ତି। ପୂର୍ବରୁ ଭୁବନେଶ୍ବର ମହାନଗର ନିଗମ ପାଇଁ ୨୧୦ଟି ପଦବୀ ଥିବାବେଳେ ବର୍ତ୍ତମାନ ସମୁଦାୟ ପଦବୀ ସଂଖ୍ୟା ୬୨୬କୁ ବୃଦ୍ଧି କରାଯାଇଛି। ନୂତନ ଭାବେ ୩ଟି ଅତିରିକ୍ତ କମିଶନର ଓ ୬ଟି ଜୋନାଲ କମିଶନର ପଦବୀ ସୃଷ୍ଟି କରାଯାଇଛି। ଡ୍ରେନେଜ ବିଭାଗରେ ୨୦ଟି ନୂଆ ପଦବୀ ସୃଷ୍ଟି କରାଯାଇଛି। ପ୍ରତି ୱାର୍ଡ ପାଇଁ ସ୍ବତନ୍ତ୍ର ୱାର୍ଡ ଅଫିସର ନିଯୁକ୍ତ କରାଯିବ ବୋଲି ସୂଚନା ରହିଛି।