Odisha Link
Bridging the Missing Links in Odisha

ଆଗକୁ ସାଧାରଣ ନିର୍ବାଚନ: ଓଡ଼ିଶା ଆସିବେ ରାହୁଲ ଗାନ୍ଧୀ

ଓଏଲ୍‌ ବ୍ୟୁରୋ: ପାଖେଇ ଆସୁଛି ନିର୍ବାଚନ। ଆଗାମୀ ନିର୍ବାଚନକୁ ନଜରରେ ରଖି ବିଭିନ୍ନ ରାଜନୈତିକ ଦଳ ନିଜ ନିଜର ଗୋଟି ଚାଳନା ଆରମ୍ଭ କରିଛନ୍ତି। ଏହାରି ମଧ୍ୟରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଓଡ଼ିଶା ଗସ୍ତରେ ଆସିବେ ବୋଲି ସୂଚନା ରହିଛି। ଆସନ୍ତା ଅକ୍ଟୋବରରେ ରାହୁଲ ଗାନ୍ଧୀ ଓଡ଼ିଶା ଗସ୍ତରେ ଆସିବେ ବୋଲି କଂଗ୍ରେସ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନା ଅନୁସାରେ, ସବୁ ଚୋର କାହିଁକି ମୋଦି ସାଙ୍ଗିଆ ବହନ କରିଛନ୍ତି ବୋଲି ୨୦୧୯ ଏପ୍ରିଲ୍‌ରେ ରାଜନୈତିକ ପ୍ରଚାର ଅଭିଯାନ ବେଳେ ରାହୁଲ୍‌ ଗାନ୍ଧୀ ମନ୍ତବ୍ୟ ଦେଇଥିଲେ। ତେବେ ଏହି ମାନହାନି ମାମଲାକୁ ନେଇ କୋର୍ଟରେ କେଶ ଦାଏର ହୋଇଥିଲା। ଯାହା ଚର୍ଚ୍ଚାର ବିଷୟ ପାଲଟିଥିଲା।

ଉପରୋକ୍ତ ମନ୍ତବ୍ୟ ଦେଇଥିବାରୁ ରାହୁଲ୍‌ଙ୍କ ନାଁରେ ‘ବିଜେପି’ ବିଧାୟକ ତଥା ପୂର୍ବତନ ଗୁଜରାଟ ମନ୍ତ୍ରୀ ପୂର୍ଣ୍ଣେଶ ମୋଦୀ ଅଭିଯୋଗ ଦାଏର କରିଥିଲେ। ଏହି ମନ୍ତବ୍ୟ ସମଗ୍ର ମୋଦି ସମ୍ପ୍ରଦାୟର ମାନହାନି କରିଛି ବୋଲି ଅଭିଯୋଗରେ ଉଲ୍ଲେଖ କରାଯାଇଥିଲା। ୨୦୧୯ ଲୋକସଭା ନିର୍ବାଚନ ପୂର୍ବରୁ କର୍ଣ୍ଣାଟକର କୋଲାର୍‌ଠାରେ ଆୟୋଜିତ ରାଲିରେ ଉଦ୍‌ବୋଧନ ଦେବା ବେଳେ ରାହୁଲ୍‌ ଗାନ୍ଧୀ ‘ମୋଦୀ’ ସାଙ୍ଗିଆକୁ ବିଦ୍ରୂପ କରି ଏଭଳି ଅସମ୍ମାନଜନକ ମନ୍ତବ୍ୟ ଦେଇଥିଲେ।

ଉପରୋକ୍ତ ମାମଲାର ଶୁଣାଣି କରି ଗୁଜରାଟର ସୁରତ ଜିଲ୍ଲାସ୍ଥିତ ଏକ ଅଦାଲତ ତାଙ୍କୁ ଦୋଷୀ ସାବ୍ୟସ୍ତ କରି ଜେଲ୍ ଦଣ୍ଡାଦେଶ ଦେଇଥିଲେ। ମୋଦି ଉପନାମ ମାମଲାରେ ବୟାନ ଦେବାକୁ ନେଇ ରାହୁଲ ଗାନ୍ଧୀଙ୍କୁ ୨ ବର୍ଷର ଦଣ୍ଡାଦେଶ ହୋଇଥିଲା। ଯାହାଫଳରେ ରାହୁଲ ଗାନ୍ଧୀଙ୍କ ସାଂସଦ ପଦ ରଦ୍ଦ କରାଯାଇଥିଲା। କିନ୍ତୁ ସୁପ୍ରିମକୋର୍ଟଙ୍କ ରାୟ ପରେ ରାହୁଲଙ୍କ ପାଇଁ ପୁଣିଥରେ ସଂସଦର ଦ୍ୱାର ଖୋଲିବା ପରେ ରାଜନୈତିକ ମାହୋଲ ସରଗରମ ହୋଇପଡିଛି।

Leave A Reply

Your email address will not be published.