Odisha Link
Bridging the Missing Links in Odisha

ରିଲିଜ୍ ହେଲା ଓଡ଼ିଆ ଚଳଚ୍ଚିତ୍ର ‘ପୁଷ୍କରା’ର ଟ୍ରେଲର

ଓଏଲ୍ ବ୍ୟୁରୋ: ଓଡ଼ିଆ ସାହିତ୍ୟରୁ ଓଡ଼ିଆ ସିନେମା ଅଭିମୁଖେ ଓଲିଉଡ ସିନେ ଜଗତ। ତେବେ ଆଜି ବହୁଚର୍ଚ୍ଚିତ ଓଡ଼ିଆ ଚଳଚ୍ଚିତ୍ର ପୁଷ୍କରାର ଟ୍ରେଲର ରିଲିଜ୍ ହୋଇସାରିଛି। ପୁରୀର ହଜିଯାଉଥିବା ଏକ କୌଳିକ ବୃତ୍ତି ଉପରେ ଆଧାରିତ ଏହି ଫିଲ୍ମରେ ସବ୍ୟସାଚୀଙ୍କ ବ୍ୟତୀତ ସୁପ୍ରୀୟା, ବିକାଶ ଚୌଧୁରୀ, ପିଣ୍ଟୁ ନନ୍ଦ, ତ୍ରିଭୁବନ ପଣ୍ଡା ମୁଖ୍ୟ ଭୂମିକାରେ ଅଛନ୍ତି। ଏହାର ଗୀତଗୁଦିକୁ ଦେବୀଦତ୍ତ ମହାନ୍ତି ଲେଖିଥିବା ବେଳେ ବିଭୂତି ଭୂଷଣ ଗଡନାୟକ ଏହାକୁ ସଂଗୀତରେ ସଜେଇଛନ୍ତି।

ପୁଷ୍କରା ଚଳଚ୍ଚିତ୍ରର ନିର୍ଦ୍ଦେଶନା ଶୁଭ୍ରାଂଶୁ ଦାସ ଦେଇଥିବା ବେଳେ କାହାଣୀ ଓ ସଂଳାପ ଲେଖିଛନ୍ତି ଶଙ୍କର ତ୍ରିପାଠୀ। ମୁଖ୍ୟ ଭୂମିକାରେ ଅଭିନୟ କରିଛନ୍ତି ପାଗଳ ପ୍ରେମୀ ଫେମ୍ ସବ୍ୟସାଚୀ ମିଶ୍ର। ସିନେମା ହୋଇଥିବା ‘ପୁଷ୍କରା’ ଔପନ୍ୟାସିକ ଶଙ୍କର ତ୍ରିପାଠୀଙ୍କ ରଚିତ ଏକ ଉପନ୍ୟାସ।

୨୦୦୦ ମସିହାରେ ଏହି ଉପନ୍ୟାସ ପ୍ରକାଶ ପାଇବା ପରେ ଅନେକ ପାଠକୀୟ ଆଦୃତି ସାଉଁଟିଥିଲା। ଏହାପରେ ଔପନ୍ୟାସିକ ଶଙ୍କର ତ୍ରିପାଠୀ ଏହାକୁ ଫିଲ୍ମର ରୂପ ଦେବାକୁ ଚେଷ୍ଟା କରିଥିଲେ। ତେବେ ଆଗାମୀ ଗଣେଶ ପୂଜା ଅବସରରେ ଏହି ଚଳଚ୍ଚିତ୍ରଟି ରିଲିଜ୍ ହେବାକୁ ଯାଉଛି।

Leave A Reply

Your email address will not be published.