Odisha Link
Bridging the Missing Links in Odisha

ପରଲୋକରେ ବିଧାୟକ ସୂର୍ଯ୍ୟ ନାରାୟଣ ପାତ୍ର

ଓଏଲ୍‌ ବ୍ୟୁରୋ: ପରଲୋକରେ ଦିଗପହଣ୍ଡି ବିଧାୟକ ତଥା ପୂର୍ବତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର। ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଥିବା ସୂଚନା। ଆଜି ସନ୍ଧ୍ୟା ୭ଟା ୩୧ ମିନିଟରେ ତାଙ୍କର ମୃତ୍ୟୁ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ହୋଇଥିଲା।

ବିଜେଡି ସରକାରରେ ସେ ବହୁ ଗୁରୁତ୍ବପୂର୍ଣ୍ଣ ପଦ ଓ ଗୁରୁତ୍ବପୂର୍ଣ୍ଣ ବିଭାଗର ମନ୍ତ୍ରୀ ଭାବେ କାର୍ଯ୍ୟ ତୁଲାଇଥିଲେ। ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବିଧାନସଭା କ୍ଷେତ୍ରରୁ ସେ ପ୍ରତିନିଧିତ୍ବ କରୁଥିଲେ।

ସ୍ୱର୍ଗତ ସୂର୍ଯ୍ୟ ନାରାୟଣ ପାତ୍ର ୭ ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ସେ ମୋହନା ବିଧାନସଭା ଆସନରୁ ୪ଥର ଓ ଦିଗପହଣ୍ଡି ଆସନରୁ ୩ ଥର ନିର୍ବାଚିତ ହୋଇଥିଲେ। ବିଭିନ୍ନ ବିଭାଗରେ ମନ୍ତ୍ରୀ ଭାବେ କାର୍ଯ୍ୟକରି ସେ ତାଙ୍କ ଦକ୍ଷତା ଦେଖାଇଥିଲେ।

Leave A Reply

Your email address will not be published.