Odisha Link
Bridging the Missing Links in Odisha

ସୁରକ୍ଷା କ୍ଷେତ୍ରରେ ମୁଖ୍ୟମନ୍ତ୍ରୀଙ୍କ ପଦକ୍ଷେପ, ଆଜି ଲୋକାର୍ପଣ ହେବ ୧୯୦ଟି ପୁଲିସ ଯାନ

ଓଏଲ୍‌ ବ୍ୟୁରୋ: ରାଜ୍ୟ ସରକାର ସୁରକ୍ଷା କ୍ଷେତ୍ରରେ ନୂତନ ପଦକ୍ଷେପ ଆପଣେଇଛନ୍ତି। ଏଥିପାଇଁ ବିଭିନ୍ନ ପ୍ରକାର ପନ୍ଥା ଅବଲମ୍ବନ କରାଯାଉଥିବାବେଳେ ପୁଲିସ ବିଭାଗ ଏଥିରେ ଗୁରୁତ୍ୱପୂର୍ଣ ଭୂମିକା ଗ୍ରହଣ କରୁଛି। ପୁଲିସ ବିଭାଗର କାର୍ଯ୍ୟକୁ ଆହୁରି ସହଜ କରିବା ପାଇଁ ଆଜି ୧୯୦ଟି ପୁଲିସ ଯାନର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ.ଏସ.ଏ.ପି ଠାରେ ଆୟୋଜିତ ସଭାରେ ମୁଖ୍ୟ ଅତିଥୀ ଭାବେ ଯୋଗ ଦେଇ ଏହାର ଶୁଭାରମ୍ଭ କରିବେ। ଏହି କାର୍ଯ୍ୟକ୍ରମରେ ବରିଷ୍ଠ ପୁଲିସ କର୍ମଚାରୀମାନେ ଯୋଗ ଦେବାର ସୂଚନା ରହିଛି। ତେବେ ଏହି କାର୍ଯ୍ୟକ୍ରମ ସନ୍ଧ୍ୟା ୫.୩୦ରେ ଅନୁଷ୍ଠିତ ହେବ।