Odisha Link
Bridging the Missing Links in Odisha

ଗୁରୁଦିବସରେ ୫୭୨ ଜଣ ନବ ନିଯୁକ୍ତ ଶିକ୍ଷକଙ୍କୁ ନିଯୁକ୍ତିପତ୍ର ବାଣ୍ଟିବେ ମୁଖ୍ୟମନ୍ତ୍ରୀ

ଓଏଲ୍‌ ବ୍ୟୁରୋ: ଆଜି ପବିତ୍ର ଗୁରୁଦିବସ। ଭାରତର ପୂର୍ବତନ ରାଷ୍ଟ୍ରପତି ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମଦିନକୁ ସାରା ଦେଶରେ ଗୁରୁଦିବସ ଭାବେ ପାଳନ କରାଯାଏ। ଗୁରୁଙ୍କୁ ପୂଜା କରି ତାଙ୍କ ଆଦର୍ଶରେ ଅନୁପ୍ରାଣିତ ହେବାର ଏହା ଏକ ପବିତ୍ର ଦିନ। ଗୁରୁ-ଶିଷ୍ୟ ପରମ୍ପରାର ଅପୂର୍ବ ନିଦର୍ଶନ ସ୍ୱରୂପ ଏହି ଦିବସ ପାଳିତ କରାଯାଇଥାଏ। ଆଜି ଗୁରୁଦିବସ ଅବସରରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ନବନିଯୁକ୍ତ ଶିକ୍ଷକଙ୍କୁ ନିଯୁକ୍ତି ପତ୍ର ଦେବେ ମୁଖ୍ୟମନ୍ତ୍ରୀ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ୫୭୨ ଜଣ ନବ ନିଯୁକ୍ତ ଶିକ୍ଷକଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କାର୍ଯ୍ୟକ୍ରମର ଶୁଭାରମ୍ଭ କରିବେ। ଏଥିସହିତ ମୁଖ୍ୟମନ୍ତ୍ରୀ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ନୂତନ ହଷ୍ଟେଲ୍ ଓ ଏକାଡେମିକ୍ କୋଠାର ଶୁଭ ଉଦ୍‌ଘାଟନ କରିବେ। ସନ୍ଧ୍ୟା ସାଢେ ୫ତା ଲୋକସେବା ଭବନ କନ୍‌ଭେନ୍‌ସନ୍ ସେଣ୍ଟରରେ ପାଳିତ ହୋଇଥାଏ।

Leave A Reply

Your email address will not be published.