Odisha Link
Bridging the Missing Links in Odisha

ଭିଜିବ ଓଡ଼ିଶା! ରାଜ୍ୟର ବିଭିନ୍ନ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି

ଓଏଲ୍ ବ୍ୟୁରୋ: ରାଜ୍ୟରେ କିଛି ଜିଲ୍ଲାରେ ତାତିରୁ ଏକପ୍ରକାର ତ୍ରାହି ମିଳିଛି। ପୂର୍ବରୁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସହ ଘଡ଼ଘଡ଼ି ଓ ବିଜୁଳି ଅନୁଭୂତ ହୋଇଥିଲା। ବର୍ଷା ପ୍ରଭାବରେ ବିଭିନ୍ନ ସ୍ଥାନରେ ପାଣି ଜମିଥିବା ଦେଖିବାକୁ ମିଳିଥିଲା। ରାଜଧାନୀରେ ଅଚାନକ ବର୍ଷା ହେବାରୁ ବିଭିନ୍ନ ସ୍ଥାନରେ ଟ୍ରାଫିକ ଜନିତ ସମସ୍ୟା ସୃଷ୍ଟି ହୋଇଥିଲା। ତେବେ ଆଜି ମଧ୍ୟ ପ୍ରବଳ ବର୍ଷା ହେବାର ଆଶଙ୍କା କରାଯାଉଛି।

ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଗତକାଲିର ଘୁର୍ଣ୍ଣିବଳୟ ସକ୍ରିୟ ରହିଛି। ରାଜ୍ୟର ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇଯାଇଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ପାର୍ଶ୍ବବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ତେଣୁ ଆଜି କିଛି ଜିଲ୍ଲା ପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

Leave A Reply

Your email address will not be published.