Odisha Link
Bridging the Missing Links in Odisha

ସୃଷ୍ଟି ହେଲା ଲଘୁଚାପ! ପ୍ରବଳ ବର୍ଷା ହେବାର ଆଶଙ୍କା

ଏହା ସହ ଜଡିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳର ୭.୬ କିମି ଯାଏଁ ବ୍ୟାପିଛି।

ଓଏଲ୍ ବ୍ୟୁରୋ: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଗତକାଲିର ଘୁର୍ଣ୍ଣିବଳୟ ସକ୍ରିୟ ରହିଛି। ରାଜ୍ୟର ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇଯାଇଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ପାର୍ଶ୍ବବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ସହ ଜଡିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳର ୭.୬ କିମି ଯାଏଁ ବ୍ୟାପିଛି। ତେଣୁ ଆଜି କିଛି ଜିଲ୍ଲା ପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

Leave A Reply

Your email address will not be published.