Odisha Link
Bridging the Missing Links in Odisha

ଦୁର୍ବଳ ହେଲା ଲଘୁଚାପ! ବାଲେଶ୍ୱର ସହରରେ ସର୍ବାଧିକ ବର୍ଷା ରେକର୍ଡ

ହାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ବାୟୁମଣ୍ଡଳରେ ୭.୬ କିମି ଯାଏଁ ସକ୍ରିୟ ରହିଛି।

ଓଏଲ୍‌ ବ୍ୟୁରୋ: ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ଜାରି ରହିଥିଲା। ତେବେ ତାହା ଆଜି ସାମାନ୍ୟ ଦୁର୍ବଳ ହୋଇଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ଲଘୁଚାପ କ୍ଷେତ୍ର ଦୁର୍ବଳ ହୋଇଥିବାବେଳେ ଜଡିତ ଘୂର୍ଣ୍ଣିବଳୟ ଆଜି ମଧ୍ୟ ଦକ୍ଷିଣ ଆଭ୍ୟନ୍ତରୀଣ ଓଡିଶା ଏବଂ ଏହାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ବାୟୁମଣ୍ଡଳରେ ୭.୬ କିମି ଯାଏଁ ସକ୍ରିୟ ରହିଛି।

ଲଘୁଚାପ ପ୍ରଭାବରେ ଗତ ୨୪ଘଣ୍ଟାରେ ରାଜ୍ୟରେ ବିସ୍ତୃତି ବର୍ଷା ରେକର୍ଡ କରାଯାଇଛି। ବାଲେଶ୍ୱର ସହରରେ ସର୍ବାଧିକ ୧୧୭.୧ ମିମି ବର୍ଷା ରେକର୍ଡ କରାଯାଇଛି। ତଥା ୧୩ ସହରରେ ପ୍ରବଳ ବର୍ଷା ରେକର୍ଡ କରଯାଇଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଗତକାଲିର ଘୁର୍ଣ୍ଣିବଳୟ ସକ୍ରିୟ ରହିଛି। ଲଘୁଚାପ ପ୍ରଭାବରେ ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା କାରଣରୁ ଜଳବନ୍ଦୀ ପରିସ୍ଥିତି ସୃଷ୍ଟି ହୋଇଛି।

Leave A Reply

Your email address will not be published.