Odisha Link
Bridging the Missing Links in Odisha

କାଲିଠୁ କମିବ ବର୍ଷାର ବିସ୍ତୃତି, ଆସନ୍ତା ୧୨ରୁ ପ୍ରବଳ ବର୍ଷିବ!

ଓଏଲ୍‌ ବ୍ୟୁରୋ: ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ଜାରି ରହିଥିଲା। ବର୍ତ୍ତମାନ ବର୍ଷାର ପରିମାଣ ସାମାନ୍ୟ କମିଥିବାବେଳେ ସନ୍ତାକାଲି ଆହୁରି କମିବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ଏହା ସହ ଆସନ୍ତା ୧୧ ଏବଂ ୧୨ରେ ରାଜ୍ୟରେ ବିଜୁଳି ଘଡ଼ଘଡ଼ି ଜନିତ ବର୍ଷା ହେବାର ସମ୍ଭାବନା ରହିଛି। ୧୨ରୁ ପୁଣି ବଢ଼ିବ ବର୍ଷାର ବିସ୍ତୃତି ଏବଂ ପରିମାଣ ବଢିବ ବୋଲି ଆଶଙ୍କା କରାଯାଉଛି। ରାଜଧାନୀରେ ତୀବ୍ର ବୃଷ୍ଟିପାତ ହେତୁ ବିଭିନ୍ନ ସ୍ଥାନରେ ଟ୍ରାଫିକ ସମସ୍ୟା ଦେଖାଦେଇଛି।

ମୌସୁମୀ ପ୍ରବାହ ସକ୍ରିୟ ଯୋଗୁଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ହୋଇଥିଲା। ଅତି ପ୍ରବଳ ବର୍ଷା ପାଇଁ ୪ ଓ ପ୍ରବଳ ବର୍ଷା ପାଇଁ ୧୪ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି ହୋଇଥିଲା। ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ସୁନ୍ଦରଗଡ଼ରେ ଅତିପ୍ରବଳ ବର୍ଷାର ସମ୍ଭାବନା ଥିବାବେଳେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା , ଗଜପତି, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗିର, ସୋନପୁରରେ ମଧ୍ୟ ପ୍ରବଳ ବର୍ଷା ହେବାର ଆଶଙ୍କା କରାଯାଉଛି।

Leave A Reply

Your email address will not be published.