Odisha Link
Bridging the Missing Links in Odisha

ମୟୂରଭଞ୍ଜରେ ଲଗାଣ ବର୍ଷା! ବିପଦ ସଙ୍କେତ ଉପରେ ଜଳକା ନଦୀ

ଓଏଲ୍‌ ବ୍ୟୁରୋ: ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ଜାରି ରହିଥିଲା। ଗତକାଲିର ଘୂର୍ଣ୍ଣିବଳୟ ଆଜି ଆଭ୍ୟନ୍ତରୀଣ ଓଡ଼ିଶାର ମଧ୍ୟଭାଗ ଏବଂ ପାର୍ଶ୍ଵବର୍ତ୍ତୀ ଛତିଶଗଡ ଅଞ୍ଚଳରେ ବାୟୁମଣ୍ଡଳରେ ୭.୬ କିମି ଉଚ୍ଚତା ଯାଏଁ ସକ୍ରିୟ ରହିଛି।ଏହା ପ୍ରଭାବରେ ଜଳେଶ୍ୱରର ଜଳକା ନଦୀ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି। ମଥାନିରେ ବିପଦ ସଙ୍କେତ ୫.୫୦ ମି. ହୋଇଥିବାବେଳେ ଜଳସ୍ତର ଏବେ ୬.୪୩ ମି.ରେ ପହଂଚିଛି। ଉପରମୁଣ୍ଡ ମୟୂରଭଞ୍ଜରେ ଲଗାଣ ବର୍ଷା ଯୋଗୁ ଜଳସ୍ତର ବୃଦ୍ଧି ହୋଇଛି।

ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ଜାରି ରହିଛି। ଏହା ପ୍ରଭାବରେ ଆହୁରି ୨୪ ଘଣ୍ଟା ରାଜ୍ୟରେ ବିସ୍ତୃତି ବର୍ଷା ତଥା ପଶ୍ଚିମ ଓଡିଶାର କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ରାଜଧାନୀରେ ତୀବ୍ର ବୃଷ୍ଟିପାତ ହେତୁ ବିଭିନ୍ନ ସ୍ଥାନରେ ଟ୍ରାଫିକ ସମସ୍ୟା ଦେଖାଦେଇଛି।

ମୌସୁମୀ ପ୍ରବାହ ସକ୍ରିୟ ଯୋଗୁଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ହୋଇଛି। ଅତି ପ୍ରବଳ ବର୍ଷା ପାଇଁ ୪ ଓ ପ୍ରବଳ ବର୍ଷା ପାଇଁ ୧୪ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି ହୋଇଛି। ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ସୁନ୍ଦରଗଡ଼ରେ ଅତିପ୍ରବଳ ବର୍ଷାର ସମ୍ଭାବନା ଥିବାବେଳେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା , ଗଜପତି, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗିର, ସୋନପୁରରେ ମଧ୍ୟ ପ୍ରବଳ ବର୍ଷା ହେବାର ଆଶଙ୍କା କରାଯାଉଛି।

Leave A Reply

Your email address will not be published.