Odisha Link
Bridging the Missing Links in Odisha

ରାଜ୍ୟରେ ପୁଣି ଲଗାଣ ବର୍ଷା ଆଶଙ୍କା, ୭୨ ଘଣ୍ଟା ମଧ୍ୟରେ ଲଘୁଚାପ ସମ୍ଭାବନା!

ଓଏଲ୍‌ ବ୍ୟୁରୋ: ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ଜାରି ରହିଥିଲା। ତେବେ ତାହା ଦୁର୍ବଳ ହୋଇଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଥିଲା। ବର୍ତ୍ତମାନ ପୁଣି ଆଜି ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ମିଆଁମାର ଉପକୂଳସ୍ଥ ବାୟୁମଣ୍ଡଳରେ ୩.୧ ରୁ ୭.୬ କିମି ମଧ୍ୟରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି।

ଏହା ପ୍ରଭାବରେ ଆଗାମୀ ୭୨ଘଣ୍ଟା ମଧ୍ୟରେ ଉତ୍ତରପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଯାହା ଦ୍ୱାରା ରାଜ୍ୟରେ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷାର ଆଶଙ୍କା କରାଯାଉଛି।