Odisha Link
Bridging the Missing Links in Odisha

୧୦୬୫ ଅଧ୍ୟାପକଙ୍କୁ ମିଳିବ ନିଯୁକ୍ତି, ଜାରି ହେଲା ବିଜ୍ଞପ୍ତି

ଓଏଲ୍‌ ବ୍ୟୁରୋ: ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ୨୦ ହଜାର ପ୍ରାଥମିକ ଶିକ୍ଷକ ଯୋଜନାଭିତ୍ତିକ (ସିମାଟିକ୍‌) ନିଯୁକ୍ତି ପାଇଁ ଓଡି଼ଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ (ଓସେପା) ୱେବସାଇଟ୍‌ରେ ସୋମବାର ବିଜ୍ଞପ୍ତି ପ୍ରକାଶ ପାଇବା ପରେ ଆଜି ୧୦୬୫ ଅଧ୍ୟାପକ ପଦବୀପାଇଁ ବିଜ୍ଞପ୍ତି ଜାରି ହୋଇଛି। ବେସରକାରୀ ଅନୁଦାନପ୍ରାପ୍ତ କଲେଜର ପଦବୀ ପୂରଣ ହେବା ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜିଠାରୁ ଅକ୍ଟୋବର ୧୩ ଯାଏ କରିହେବ ଆବେଦନ। ssbodisha.ac.in ଜରିଆରେ ଆବେଦନ କରିହେବ।

ସୂଚନା ଅନୁସାରେ, ୨୦ ହଜାର ପ୍ରାଥମିକ ଶିକ୍ଷକ ପଦବୀ ପାଇଁ କମ୍ପ୍ୟୁଟର ବେସ୍ଡ ଟେଷ୍ଟ ମାଧ୍ୟମରେ ଲିଖିତ ପରୀକ୍ଷା କରାଯାଇ ପ୍ରାର୍ଥୀ ଚୟନ କରାଯିବ। ଜିଲ୍ଲା ଅନୁସାରେ ଜିଲ୍ଲା ପରିଷଦ ପକ୍ଷରୁ ସମସ୍ତ ପ୍ରାଥମିକ କନିଷ୍ଠ ଶିକ୍ଷକଙ୍କୁ ନିଯୁକ୍ତି ଦିଆଯିବ। ଓସେପା ୱେବସାଇଟରେ ନିଯୁକ୍ତି ସମ୍ବନ୍ଧୀୟ ସମସ୍ତ ତଥ୍ୟ ପ୍ରଦାନ କରାଯିବ। ଅନଲାଇନରେ ଆବେଦନ ପ୍ରକ୍ରିୟାରେ ସମସ୍ୟା ହେଲେ ଏକ ଯୋଗାଯୋଗ ନମ୍ବର ମଧ୍ୟ ଦିଆଯାଇଛି।

ହେଲ୍ପ ଡେସ୍କ ନମ୍ବର ୭୩୫୩୯୨୭୭୭୯ ନମ୍ବରରେ ସୋମବାରରୁ ଶୁକ୍ରବାର ପର୍ଯ୍ୟନ୍ତ ଦିନ ୧୦ଟାରୁ ଅପରାହ୍ଣ ୫ଟା ପର୍ଯ୍ୟନ୍ତ ଯୋଗାଯୋଗ କରିହେବ। ଏହି ନିଯୁକ୍ତି ଦ୍ୱାରା ରାଜ୍ୟର ସରକାରୀ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବ ଦୂର ହେବା ସହ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ସୁଦୃଢ ହେବ। ଓସେପାରେ ୱେବସାଇଟ୍‌ରେ ନିଯୁକ୍ତି ପାଇଁ ଜିଲ୍ଲାୱାରୀ ପଦବୀ, ଲିଖିତ ପରୀକ୍ଷାର ସିଲାବସ୍‌, କେଉଁ କେଉଁ ତଥ୍ୟ ଅପଲୋଡ୍ କରାଯିବ ଆଦି ସବିଶେଷ ବିବରଣୀ ଉପଲବ୍ଧ ରହିଛି।

Leave A Reply

Your email address will not be published.